www.samajalive.in
Wednesday, December 10, 2025
14.1 C
Bhubaneswar

ସୀତାରାମ ୟେଚୁରିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର : ବିଶିଷ୍ଟ କମ୍ୟୁନିଷ୍ଟ ନେତା ସୀତାରାମ ୟେଚୁରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ୟେଚୁରି ଭାରତୀୟ ରାଜନୀତିର ଜଣେ ଧୂରୀଣ ରାଜନୀତିଜ୍ଞ ଥିଲେ। ଦୀର୍ଘ ବର୍ଷ ଧରି ସେ ଦେଶରେ କମ୍ୟୁନିଷ୍ଟ ଚିନ୍ତାଧାରାର ପ୍ରସାରରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଜଣେ ଜ୍ଞାନୀ ଓ ଦକ୍ଷ ସାଂସଦ ଭାବରେ ଦେଶର ସଂସଦୀୟ ପରମ୍ପରାର ମୂଲ୍ୟବୋଧକୁ ବଜାୟ ରଖିବାରେ ତାଙ୍କର ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories