www.samajalive.in
Saturday, December 6, 2025
15.1 C
Bhubaneswar

ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ଶୋକ

ଭୁବନେଶ୍ୱର: ପୂର୍ଵତନ ମନ୍ତ୍ରୀ ତଥା ବାସୁଦେବପୁରର ପୂର୍ଵତନ ବିଧାୟକ ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ଇସ୍ପାତ ଓ ଖଣି, ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି I ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ମନ୍ତ୍ରୀ ଭାବେ ଦାୟିତ୍ୱରେ ରହି ସ୍ବର୍ଗତ ରାଉତରାୟ ଅନେକ ଯୋଜନାକୁ କାର୍ଯ୍ୟକାରୀ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ I ଭଦ୍ରକ ବାସୁଦେବପୁର ଅଞ୍ଚଳରେ ବିକାଶରେ ସେ ଯେଉଁ କାର୍ଯ୍ୟ କରିଯାଇଛନ୍ତି ତାହାକୁ ଅଞ୍ଚଳବାସୀ କେବେବି ଭୁଲିପାରିବେ ନାହିଁ I ତାଙ୍କ ବିୟୋଗ ସମଗ୍ର ରାଜନୀତି ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମନ୍ତ୍ରୀ ଶ୍ରୀ ମଲ୍ଲିକ ତାଙ୍କ ଶୋକ ବାର୍ତ୍ତାରେ ପ୍ରକାଶ କରିଛନ୍ତି I ସ୍ବର୍ଗତ ରାଉତରାୟଙ୍କ ଶୋକ ସନ୍ତପ୍ତ ପରିବାର ବର୍ଗ ଓ ଆତ୍ମୀୟ ସ୍ଵଜନଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ମନ୍ତ୍ରୀ ଶ୍ରୀ ମଲ୍ଲିକ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି I

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories