www.samajalive.in
Sunday, December 7, 2025
26.1 C
Bhubaneswar

ରଘୁନାଥ ମହାପାତ୍ରଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର : ସାଂସଦ ତଥା ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଓଡ଼ିଶାର କଳା ଓ ଐତିହ୍ୟକୁ ସମୃଦ୍ଧ କରିବା ଦିଗରେ ତାଙ୍କ ଅତୁଳନୀୟ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଟୁଇଟ କରି ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଖ୍ୟାତିସମ୍ପନ୍ନ ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି। ଟ୍ବିଟ କରି ଶ୍ରୀ ପ୍ରଧାନ କହିଛନ୍ତି, ଅନ୍ତରାଷ୍ଟ୍ରୀୟ ସ୍ତରରେ ଓଡ଼ିଶାକୁ ସମ୍ମାନିତ କରିଥିବା ଖ୍ୟାତିସମ୍ପନ୍ନ ଭାସ୍କର୍ଯ୍ୟ ଶିଳ୍ପୀ ପଦ୍ମବିଭୂଷଣ, ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ ବିୟୋଗ ଖବର ଶୁଣି ମୁଁ ଗଭୀର ଭାବେ ଦୁଃଖିତ ଓ ମର୍ମାହତ। ତାଙ୍କ ସହ ମୋର ବ୍ୟକ୍ତିଗତ ନିବିଡ଼ ସମ୍ପର୍କ ଥିଲା। ଜଣେ ଲବ୍ଧ ପ୍ରତିଷ୍ଠିତ ଶିଳ୍ପୀ ଭାବେ ପରିଚିତ ସ୍ୱର୍ଗତ ମହାପାତ୍ର ପଥରରେ ନିଖୁଣ କାରୁକାର୍ଯ୍ୟ ମାଧ୍ୟମରେ ଓଡ଼ିଶାର ଉତ୍କୃଷ୍ଟ କଳା ଓ ସଂସ୍କୃତିକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଗୌରବାନ୍ୱିତ କରିଥିଲେ । ତାଙ୍କ ନିଧନରେ ଓଡ଼ିଶାରେ ଏକ ଅପୂରଣୀୟ ଶୂନ୍ୟ ସ୍ଥାନ ସୃଷ୍ଟି ହେଲା।

- Advertisement -

ସେ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି। ଏହି ଦୁଃଖଦ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପରିବାର ସଦସ୍ୟଙ୍କୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories