ଶହୀଦ ପ୍ରକାଶଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର : ଛତିଶଗଡ଼ଠାରେ ଓଡ଼ିଆ ଯବାନ ପ୍ରକାଶ ଚନ୍ଦ୍ର ଶିଅଳ ଶହୀଦ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।
ସୋସିଆଲ ମିଡିଆ ପୋଷ୍ଟରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଛତିଶଗଡ଼ଠାରେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ସୀମା ସୁରକ୍ଷା ବାହିନୀରେ କାର୍ଯ୍ୟରତ ଓଡ଼ିଆ ଯବାନ ପ୍ରକାଶ ଚନ୍ଦ୍ର ଶିଅଳଙ୍କ ଶହୀଦ ଖବର ବିଷୟରେ ଜାଣି ସେ ଦୁଃଖିତ। ଦେଶ ସେବା ପାଇଁ ତାଙ୍କ ତ୍ୟାଗ ଓ ବଳିଦାନ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।
Comments are closed.