www.samajalive.in
Sunday, December 14, 2025
26.1 C
Bhubaneswar

ଦିବଙ୍ଗତ ସୀତାରାମ ଓ ଅରିନ୍ଦମଙ୍କୁ ଶ୍ରଦ୍ଧାଞ୍ଜଳି

ଚୌଦ୍ୱାର : ମୁଣ୍ଡଳି ବ୍ୟାରେଜରେ ଦୁର୍ଘଟଣାରେ ସହିଦ ହୋଇଥିବା ଓଡ୍ରାଫ ଟିମ୍ ସଦସ୍ୟ ସୀତାରାମ ମୁର୍ମୁ ଓ ଯୁବ ସାମ୍ବାଦିକ ଅରିନ୍ଦମଙ୍କ ଅକାଳ ବିୟୋଗରେ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଉଦ୍ଧାର ଫାଉଣ୍ଡେସନ୍ ତରଫରୁ ଶୋକ ବ୍ୟକ୍ତ କରାଯାଇ ଉଭୟ ଦିବଙ୍ଗତଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଓଟିଏମ୍ କଲୋନୀସ୍ଥିତ ନାରାୟଣ ମନ୍ଦିରରେ ଆୟୋଜିତ କାର୍ଯ୍ୟକ୍ରମରେ ସଂଗଠନର ସଭାପତି ନରୋତ୍ତମ ଦାସ, ଉପ ସଭାପତି ଦିଲ୍ଲିପ କୁମାର ସାହୁ, ଜ୍ୟୋତି ପ୍ରକାଶ ପାଲ, ସରୋଜ ସାହୁ, ସେକ୍ ଅଜମତ୍, ପିୟୁଷ ନାୟକ, ସତ୍ୟ ପ୍ରକାଶ ମଲ୍ଲିକ୍, ବିଶ୍ୱଜିତ ଓଝାଙ୍କ ସମେତ ସମସ୍ତ ସଦସ୍ୟ ଯୋଗଦେଇ ଆତ୍ମାର ସଦଗତି ପାଇଁ ନୀରବ ପ୍ରାର୍ଥନା କରିବା ସହିତ ପ୍ରଦୀପ ଓ ମହମବତୀ ପ୍ରଜ୍ୱଳନ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories