www.samajalive.in
Monday, December 8, 2025
13.1 C
Bhubaneswar

ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ

ଭୁବନେଶ୍ୱର : ଓଡ଼ିଆ ଚଳଚ୍ଚିତ୍ର ଜଗତର ପ୍ରଖ୍ୟାତ ନିର୍ଦ୍ଦେଶକ, ସଙ୍ଗୀତକାର ଓ ସିନେମାଟୋଗ୍ରାଫର୍‍ ରାଜୁ ମିଶ୍ରଙ୍କର ସୋମବାର ପରଲୋକ ଘଟିଛି। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।
ମୁଖ୍ୟମନ୍ତ୍ରୀଙ୍କ ଶୋକ
ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଟୁଇଟ୍‍ କରି କହିଛନ୍ତି ଯେ, ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଚକାଆଖି ସବୁ ଦେଖୁଛି, ପୁଅ ମୋର କଳାଠାକୁର, ସାଗର ଗଙ୍ଗା ପରି ଚଳଚ୍ଚିତ୍ର ନିର୍ମାଣ କରି ସେ ଛାଡି ଯାଇଥିବା ଛାପ ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଉଛି।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ
ଓଡ଼ିଆ ସିନେ ଜଗତର ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକପ୍ରକାଶ କରିଛନ୍ତି। ତାଙ୍କ ବିୟୋଗରେ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଏକ ଅପୂରଣୀୟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି। ଶ୍ରୀ ପ୍ରଧାନ ଶୋକ ବର୍ତ୍ତାରେ କହିଛନ୍ତି ଯେ ଓଡ଼ିଆ ସିନେ ଜଗତର ଖ୍ୟାତିନାମା ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ବିୟୋଗ ଖବର ଶୁଣି ମୁଁ ଗଭୀର ଦୁଃଖିତ ଓ ମର୍ମାହତ। ବିଶେଷତଃ ନବେ ଦଶକରେ ଅନେକ ସୁପର ହିଟ୍‍ ଓଡ଼ିଆ ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇ ସେ ସ୍ୱତନ୍ତ୍ର ପରିଚୟ ପାଇଥିଲେ। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି।
ସଂସ୍କୃତି ମନ୍ତ୍ରୀଙ୍କ ଶୋକ
ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ବିୟୋଗରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଏବଂ ସଂସ୍କୃତି ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ ଗଭୀର ଶୋକ ପ୍ରକାଶ କରିଛନ୍ତି।
ମନ୍ତ୍ରୀ ଶ୍ରୀ ପାଣିଗ୍ରାହୀ ଏକ ଶୋକବାର୍ତ୍ତାରେ ସ୍ୱର୍ଗତ ମିଶ୍ରଙ୍କୁ ଜଣେ ଆଗଧାଡ଼ିର ଚଳଚ୍ଚିତ୍ର ନିର୍ଦ୍ଦେଶକ, ଅଭିନୟ କଳା ପ୍ରତି ଏକ ସମର୍ପିତ ପ୍ରତିଭା ଏବଂ ସୃଜନଶୀଳ ବ୍ୟକ୍ତିତ୍ୱର ଅଧିକାରୀ ବୋଲି କହିଛନ୍ତି।

- Advertisement -

ପୁଅ ମୋର କଳା ଠାକୁର, ମମତା ମାଗେ ମୂଲ, ସାଗର ଗଙ୍ଗା, ସତ ମିଛ, ଉଲ୍‍କା, ପଥର ଖସୁଛି ବଡ଼ ଦେଉଳୁ, ରୂପା ଗାଆଁ ସୁନା କନିଆ ଭଳି ଅନେକ ଲୋକପ୍ରିୟ ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇ ସେ ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ରୁଦ୍ଧିମନ୍ତ କରିପାରିଛନ୍ତି। ଏଥି ସହିତ କଳା କ୍ଷେତ୍ରରେ ବିଶେଷ ଅବଦାନ ପାଇଁ ସଂସ୍କୃତି ବିଭାଗର ସର୍ବୋଚ୍ଚ ସମ୍ମାନ ଜୟଦେବ ପୁରସ୍କାରରେ ତାଙ୍କୁ ସମ୍ମାନିତ କରାଯାଇଛି। ତାଙ୍କର ବିୟୋଗ ସିନେମା ଜଗତରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି। ମନ୍ତ୍ରୀ ଶ୍ରୀ ପାଣିଗ୍ରାହୀ ସ୍ୱର୍ଗତ ଆତ୍ମାର ସଦ୍‍ଗତି କାମନା କରିବା ସହ ତାଙ୍କ ବିୟୋଗଜନିତ କ୍ଷତକୁ ସହ୍ୟ କରିବାକୁ ଈଶ୍ୱର ତାଙ୍କ ପରିବାରବର୍ଗଙ୍କୁ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ବୋଲି ତାଙ୍କ ଶୋକବାର୍ତାରେ କହିଛନ୍ତି।
ବିଜେପିର ଶୋକ
ପ୍ରସିଦ୍ଧ ଚଳଚ୍ଚିତ୍ର ଏବଂ ସଙ୍ଗୀତ ନିର୍ଦ୍ଦେଶକ ରାଜଗୋପାଳ ମିଶ୍ର ଓରଫ ରାଜୁ ମିଶ୍ରଙ୍କ ବିୟୋଗରେ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଏବଂ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଗଭୀର ଶୋକ ପ୍ରକାଶ କରିବା ସହ ସ୍ୱର୍ଗତଃ ଆତ୍ମାର ସଦଗତି କାମନା କରିଛନ୍ତି।
ଶ୍ରୀ ମିଶ୍ର ଏକାଧାରରେ ଜଣେ ଦକ୍ଷ ଚଳଚ୍ଚିତ୍ର ନିର୍ଦ୍ଦେଶକ, ସଂଗୀତ ନିର୍ଦ୍ଦେଶକ, ସଂଳାପ ଲେଖକ ଏବଂ ଚିତ୍ରନାଟ୍ୟକାର ଭାବେ ବେଶ ଜଣାଶୁଣା ଥିଲେ। ସେ ଓଡିଆ ଚଳଚ୍ଚିତ୍ର ସମେତ ଅନ୍ୟ ଭାଷାରେ ମଧ୍ୟ ଅନେକ ପିଲ୍ମର ନିର୍ଦ୍ଦେଶନା ଦେଇଥିଲେ। ତାଙ୍କ ନିର୍ମିତ ଅନେକ ଚଳଚ୍ଚିତ୍ର ଜାତୀୟ ଏବଂ ଅନ୍ତର୍ଜାତୀୟ ପୁରସ୍କାର ପାଇଛି। ତାଙ୍କୁ ମଧ୍ୟ ଜୟଦେବ ସମ୍ମାନରେ ସମ୍ମାନିତ କରାଯାଇଛି। ତାଙ୍କ ବିୟୋଗ ଓଡିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ବିୟୋଗରେ ଶ୍ରୀ ମହାନ୍ତି ଏବଂ ଶ୍ରୀ ନାଏକ ଅତ୍ୟନ୍ତ ମର୍ମାହତ ବୋଲି କହିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

Hot this week

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

Related Articles

Popular Categories