www.samajalive.in
Thursday, November 13, 2025
25.1 C
Bhubaneswar

ଘାଟିରେ ସରକାରୀ ବସ ଦୁର୍ଘଟଣାଗ୍ରସ୍ତ: କଣ୍ଡକ୍ଟର ମୃତ, ୫ ଯାତ୍ରୀ ଆହତ

ଫୁଲବାଣୀ/ଖଜୁରୀପଡା: କନ୍ଧମାଳ ଜିଲ୍ଲା ଖଜୁରୀପଡା ଥାନା ଅନ୍ତର୍ଗତ ଗାଡ଼ିଆପଡ଼ା ଘାଟି ଏସ ଗୋଲେଇଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ସରକାରୀ ବସ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ କଣ୍ଡକ୍ଟରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଢେଙ୍କାନାଳ ଜିଲ୍ଲା କହେଁଇପାଳ ଅଞ୍ଚଳର ସ୍ବର୍ଗତ ଉତ୍ସବ ଦାସଙ୍କ ସାନ ପୁଅ ସୌମ୍ୟରଞ୍ଜନ ଦାସ(୨୪)। ଏହା ସହିତ ୫ ଯାତ୍ରୀ ଆହତ ହୋଇଛନ୍ତି।

ବସଟି ଲାଞ୍ଜିଗଡ଼ରୁ କଟକ ଯାଉଥିବାବେଳେ ବହୁ ଦୂର ଦୁରାନ୍ତରରୁ ଆସୁଥିବା ଯାତ୍ରୀ ଅଧରାତିରେ ଘାଟି ମଝିରେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଖଜୁରୀପଡା ତହସିଲଦାର ଶୁଭଶ୍ରୀ ରଥ ଓ ଖଜୁରୀପଡା ଥାନା ଅଧିକାରୀ ଚାପଧାରୀ ପ୍ରଧାନଙ୍କ ତତ୍ୱାବଧାନରେ ପୁଲିସ ଏବଂ ଦମକଳ ବାହିନୀ ପହଞ୍ଚି ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ। ଆହତ ମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଖଜୁରୀପଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏ ନେଇ ଏକ ମାମଲା ରୁଜୁ ହୋଇ ଘଟଣାର ତଦନ୍ତ କରାଯାଉଥିବା ଥାନା ଅଧିକାରୀ କହିଛନ୍ତି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା କହିଛନ୍ତି ତଦନ୍ତ ଅଧିକାରୀ ଏଏସଆଇ ମମତା ରାଉତ।

Hot this week

ସମ୍ପାଦକୀୟ : ଓଡ଼ିଶାରେ ମାଣ୍ଡିଆ ଗ୍ରାମ

ପାହାଡ଼ ଗାଁରେ ମାଣ୍ଡିଆ ଚାଷ, ସୂରୁଯ ଉଇଁଲେ ଆସଇ ହସ। ଏ...

ସମ୍ପାଦକୀୟ : ପାକିସ୍ତାନୀ ମିଛ , ପୁରୁଣା ଅଭ୍ୟାସର ପୁନରାବୃତ୍ତି

ନିକଟରେ ଦିଲ୍ଲୀର ଲାଲକିଲା ପାଖରେ ହୋଇଥିବା ବିସ୍ଫୋରଣର ଠିକ୍ ପରେ ପରେ...

ସମ୍ପାଦକୀୟ : ଆତଙ୍କବାଦୀ ଓ ତାଙ୍କ ସମର୍ଥକଙ୍କୁ କଠୋର ଦଣ୍ଡ ଦିଆଯାଉ

ଆତଙ୍କବାଦୀ ଏବଂ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା ଲୋକଙ୍କ ବିରୋଧରେ ଆମର ସୁରକ୍ଷା...

ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌ ଅଫିସର ମୁଖ୍ୟ ପରୀକ୍ଷା ବାତିଲ

ଏଏସ୍‌ଓ ମୁଖ୍ୟ ପରୀକ୍ଷା ବାତିଲ କଟକ, ୧୨ା୧୧ (ନି.ପ୍ର): ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌...

Related Articles

Popular Categories