www.samajalive.in
Sunday, December 7, 2025
13.1 C
Bhubaneswar

ପୋଖରୀ ପାଣିକୁ ନେଇ ଗୋଷ୍ଠୀ ସଂଘର୍ଷ; ଜଣେ ମୃତ, ୧୦ ଆହତ

ଭୁବନେଶ୍ବର: ଚାଷ ପାଇଁ ପୋଖରୀ ପାଣିକୁ ନେଇ ଦୁଇ ଗ୍ରାମ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି। ଏଥିର ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଉଭୟ ପକ୍ଷରୁ ୧୦ ଜଣ ଆହତ ହୋଇଛନ୍ତି। ଏହି ଅଭାବନୀୟ ଘଟଣା କଟକ ଜିଲା ନରସିଂହପୁର ଥାନା ଅନ୍ତର୍ଗତ ଚାମୁଣ୍ଡାପଲ୍ଲୀରେ ଘଟିଛି । ସମସ୍ତ ଆହତଙ୍କୁ ନିକଟସ୍ଥ ମେଡ଼ିକାଲରେ ଭର୍ତ୍ତି କରାଯାଇଛି।

ସୂଚନାଯୋଗ୍ୟ, ଚାମୁଣ୍ଡାପଲ୍ଲୀରେ ଥିବା ପୋଖରୀରୁ ଚାଷ ଜମିକୁ ପାଣି ମଡ଼ାଇବାକୁ ନେଇ ସାଗର ଓ ପାଞ୍ଚଗୋଚ୍ଛିଆ ଗ୍ରାମ ମଧ୍ୟରେ ଗତ ଜୁଲାଇ ୨୩ରେ ବିବାଦ ମୁଣ୍ଡ ଟେକିଥିଲା । ଏହାକୁ ନେଇ ଗୋଟିଏ ପକ୍ଷ ଗ୍ରାମବାସୀ ତହସିଲଦାରଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ । ଜୁଲାଇ ୨୫ରେ ତହସିଲଦାର ଉଭୟ ଗ୍ରାମବାସୀଙ୍କୁ ଡକାଇ ଏହି ବିବାଦର ସମାଧାନ କରାଇବାକୁ ଉଦ୍ୟମ କରିଥିଲେ । ହେଲେ ଉଭୟଙ୍କ ଗ୍ରାମ ମଧ୍ୟରେ ଅସନ୍ତୋଷ କମି ନଥିଲା। ଧୀରେ ଧୀରେ ଏହି ବିବାଦ ଉଗ୍ର ରୂପ ନେଇ   ରବିବାର ସକାଳେ ଉଭୟ ଗ୍ରାମବାସୀଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଥିଲା। ଏଥିରେ ସାଗର ଗାଁର ଶ୍ରୀଧର ସାମଲ ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ଏହା ସହ ଉଭୟଙ୍କ ପକ୍ଷର ୧୦ ଜଣ ବ୍ୟକ୍ତି ଆହତ ହୋଇଛନ୍ତି । ଏସମ୍ପର୍କରେ ଖବର ପାଇ ଘଟଣାସ୍ଥଳରେ ପୁଲିସ ମୃତଦେହକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି । ବର୍ତ୍ତମାନ ସୁଦ୍ଧା ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନ ଲାଗି ରହିଥିବା ବେଳେ ପରିସ୍ଥିତିକୁ ନିୟନ୍ତ୍ରଣଧୀନ ରଖିବା ପାଇଁ ପୁଲିସ ପୋର୍ସ ମୁତୟନ କରାଯାଇଛି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories