www.samajalive.in
Saturday, December 13, 2025
26.1 C
Bhubaneswar

ପ୍ରବର୍ତ୍ତନ ନିର୍ଦେଶାଳୟରେ ହାଜର ହେବେ ରାହୁଲ

ନୂଆଦିଲ୍ଲୀ: ବଢ଼ୁଛି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ସୋନିଆ ଗାନ୍ଧୀଙ୍କ ଅଡ଼ୁଆ । ନ୍ୟାସନାଲ ହେରାଲ୍ଡ ମାମଲାରେ ଆଜି ପ୍ରବର୍ତ୍ତନ ନିର୍ଦେଶାଳୟରେ ହାଜର ହେବେ ରାହୁଲ ଗାନ୍ଧୀ । ଏନେଇ ଜଣାପଡ଼ିବା ପରେ ରାହୁଲଙ୍କ ସମର୍ଥନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ଦେଖିବାକୁ ମିଳିଛି । ଦିଲ୍ଲୀରେ କଂଗ୍ରେସ କର୍ମୀମାନେ ନାରାବାଜି ଦେବା ସହ ଏଆଇସିସି ମୁଖ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ ମଧ୍ୟ କରିଛନ୍ତି । ଘଟଣାକୁ ଦୃଷ୍ଟିରେ ରଖି ଶତାଧିକ କଂଗ୍ରେସ କର୍ମୀଙ୍କୁ ଦିଲ୍ଲୀ ପୁଲିସ ଅଟକ ରଖିଛି ।

ସୂଚନା ଥାଉକି, ଗତ ୩ ତାରିଖରେ ନେସନାଲ ହେରାଲ୍ଡ ମାମଲାରେ ପ୍ରବର୍ତ୍ତନ ନିର୍ଦେଶାଳୟ ବା (ଇଡି) ରାହୁଲଙ୍କୁ ସମନ କରିଥିଲା । ପୂର୍ବରୁ ମଧ୍ୟ ଏହି ମାମଲାରେ ଇଡି ଗୋଟିଏ ଥର ସମନ କରିସାରିଥିବା ବେଳେ ଏହା ଥିଲା ଇଡିର ଦ୍ବିତୀୟ ଥର ପାଇଁ ସମନ । ସମନ ଅନୁଯାୟୀ ଜୁନ୍‌ ୧୩ ତାରିଖ ଅର୍ଥାତ୍‌ ଆଜି ପ୍ରବର୍ତ୍ତନ ନିର୍ଦେଶାଳୟକାର୍ଯ୍ୟାଳୟରେ ହାଜର ହେବା ପାଇଁ ତାଙ୍କୁ କୁହାଯାଇଥିଲା । ଏହା ପୂର୍ବରୁ ଜୁନ୍ ୨ ତାରିଖରେ ଇଡି ରାହୁଲଙ୍କୁ ଡକାଇଥିଲା । ହେଲେ ରାହୁଲ ବିଦେଶରେ ଥିବା ଦର୍ଶାଇ ହାଜର ହୋଇନଥିଲେ । ଏହି ମାମଲାରେ ସୋନିଆଙ୍କୁ ମଧ୍ୟ ସମନ ହୋଇଛି । ହେଲେ ତାଙ୍କର ସ୍ୱାସ୍ଥାବସ୍ଥା ଖରାପ ଥିବାରୁ ସେ ୩ ସପ୍ତାହ ଇଡିକୁ ସମୟ ମାଗିଛନ୍ତି ।

- Advertisement -

 

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories