www.samajalive.in
Sunday, December 14, 2025
23.1 C
Bhubaneswar

ପୁଲିସ ନିଷ୍କ୍ରିୟତା ପ୍ରତିବାଦରେ ୨୧ ତାରିଖରେ ସାରା ରାଜ୍ୟର ଏସପି ଅଫିସ ଘେରିବ କଂଗ୍ରେସ

 

ଭୁବନେଶ୍ୱର: ଆସନ୍ତା ୨୧ ତାରିଖରେ ସାରା ରାଜ୍ୟର ଏସପି ଅଫିସ ଘେରିବ କଂଗ୍ରେସ । ନିଖୋଜ ଶିଶୁମାନଙ୍କୁ ଠାବ କରିବାରେ ପୁଲିସର ବିଫଳତା ବିରୋଧରେ ଦଳ ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି । ଦଳର ସଭାପତି ନିରଞ୍ଜନ ପଟ୍ଟନାୟକ ଏ ସଂପର୍କରେ ସୂଚନା ଦେଇଛନ୍ତି ।

- Advertisement -

ଏକ ପ୍ରେସ ବିବୃତିରେ ଦଳ ପକ୍ଷରୁ କୁହାଯାଇଛି ଯେ  ବର୍ତମାନ ଦିନକୁ ପ୍ରାୟ ୧୧ ଜଣ ଶିଶୁ ନିଖୋଜ ହେଉଛନ୍ତି। ବର୍ଷକୁ ପ୍ରାୟ ୪୩୧୫ ଜଣ ଶିଶୁଙ୍କର ଅପହରଣ ଘଟଣା ସଂପ୍ରତି ଅଭିଭାବକ, ପରିବାରବର୍ଗ ଓ ସର୍ବୋପରି ସଭ୍ୟ ସମାଜରେ ଗଭୀର ଚିନ୍ତାର କାରଣ ହୋଇଛି। ପରୀ, ସ୍ୱାତୀ, ପିହୁ, ଆୟୁଷ ପରି କୁନିକୁନି ଶିଶୁକନ୍ୟା ଓ ଶିଶୁପୁତ୍ରଙ୍କୁ ଅପହରଣ ଓ ସ୍ଥଳବିଶେଷରେ ଧର୍ଷଣ ଓ ହତ୍ୟା କରିବା ଘଟଣା ଅତ୍ୟନ୍ତ ବର୍ବରୋଚିତ। ଦୀର୍ଘ ୨୧ ବର୍ଷରୁ ଊର୍ଦ୍ଧ୍ବ ବିଜୁ ଜନତା ଦଳର ସରକାର ଏ କ୍ଷେତ୍ରରେ ସଂପୂର୍ଣ୍ଣ ଫେଲ୍‍ ମାରିଛନ୍ତି। ମୁଖ୍ୟମନ୍ତ୍ରୀ ଗୃହ ବିଭାଗର ଦାୟିତ୍ୱରେ ଥାଇ ମୌନବ୍ରତ ଅବଲମ୍ବନ କରିବା ଫଳରେ ନିରୀହ, ନିଷ୍ପାପ ଶିଶୁମାନେ ଯୌନପିପାସୁ ଓ ଅପହରଣକାରୀଙ୍କର ଶିକାର ହୋଇଚାଲିଛନ୍ତି। ପରିବାରବର୍ଗଙ୍କ ପକ୍ଷରୁ ଥାନାରେ ଏତଲା ଦିଆଯାଇଥିଲେ ବି ପୋଲିସର ଅତ୍ୟନ୍ତ ମନ୍ଥର ତଦନ୍ତ ଯୋଗୁଁ ଜନସାଧାରଣଙ୍କର ଭରଷା ତୁଟି ଯାଉଛି। ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଏବଂ ଜିଲ୍ଲାପାଳମାନେ ଯେପରି ତତ୍ପରତା ଦେଖାଇବା କଥା ତାହା ପରିଲକ୍ଷିତ ହେଉନାହିଁ।

ମୋଟାମୋଟି କହିବାକୁ ଗଲେ ରାଜ୍ୟ ସରକାର ଏହାକୁ ରୋକିବାରେ ସଂପୂର୍ଣ୍ଣ ବିଫଳ। ୨୦୧୬ ସେପ୍ଟେମ୍ବର ଠାରୁ ଆଜିଯାଏଁ ରାଜ୍ୟରେ ପ୍ରାୟ ୭୦୦୦ ନାବାଳକ ଓ ନାବାଳିକା ନିଖୋଜ ହୋଇଛନ୍ତି ବୋଲି ସରକାରୀ ସୂତ୍ର କହୁଛି। ଏଥିରୁ ପ୍ରାୟ ୫୦୫୦ ଜଣ ହେଉଛନ୍ତି କେବଳ ନାବାଳିକା। ସେହିପରି ଘରୋଇ ହିଂସା, ମହିଳା ନିର୍ଯ୍ୟାତନାରେ ଓଡିଶା ଦେଶରେ ତୃତୀୟ ରାଜ୍ୟ ଭାବେ ଉଭା ହୋଇଛି। ନାରୀ ନିର୍ଯ୍ୟାତନା, ନାବାଳିକାଙ୍କୁ ଅପହରଣ, ଯୌନ ନିର୍ଯ୍ୟାତନା, ଦୁଷ୍କର୍ମ, ଗଣଦୁଷ୍କର୍ମ ଓ ହତ୍ୟା ଏବଂ ଚୋରି, ଡକାୟତି, ଛିନ୍‍ତାଇ ଆଦି ଅପରାଧ ସଂଖ୍ୟା ପ୍ରତିବର୍ଷ ଉଦ୍‍ବେଗଜନକ ଭାବେ ବୃଦ୍ଧି ପାଉଥିଲେ ମଧ୍ୟ ଏଭଳି ସ୍ପର୍ଶକାତର ଓ ସମ୍ବେଦନଶୀଳ ଘଟଣାକୁ ନିୟନ୍ତ୍ରଣ କରିବାରେ ନବୀନବାବୁ ଓ ତାଙ୍କ ସରକାର ସଂପୂର୍ଣ୍ଣ ବିଫଳ ହୋଇଛନ୍ତି।

ଏଭଳି ଘଟଣାକୁ ରୋକିବାରେ ସରକାରଙ୍କ ବିଫଳତା ଓ ତଦନ୍ତରେ ପୋଲିସର ନିଷ୍କ୍ରିୟତା ପ୍ରତିବାଦରେ ଚଳିତ ଡିସେମ୍ବର ମାସ ୨୧ ତାରିଖ ସୋମବାର ଦିନ କଂଗ୍ରେସ ଦଳ ପକ୍ଷରୁ ରାଜ୍ୟର ସମସ୍ତ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ (ଏସ୍‍.ପି.)ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ପ୍ରତିବାଦ ସଭା ଅନୁଷ୍ଠିତ ହେବ ବୋଲି ଓଡିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି  ନିରଞ୍ଜନ ପଟ୍ଟନାୟକ ଏକ ପ୍ରେସ୍‍ ବିଜ୍ଞପ୍ତିରେ ପ୍ରକାଶ କରିଛନ୍ତି। ଉକ୍ତ ଦିନ ଜିଲ୍ଲା କଂଗ୍ରେସ କମିଟି ସଭାପତିମାନେ ଦିବା ୧୦ ଘଟିକାରୁ ଅପରାହ୍ନ ୧ ଘଟିକା ପର୍ଯ୍ୟନ୍ତ ନିଜ ଜିଲ୍ଲାର ଏସ୍‍.ପି. ଅଫିସ୍‍ ସମ୍ମୁଖରେ ଧାରଣା ଓ ପ୍ରତିବାଦ ସଭା ଆୟୋଜନ କରି ଜିଲ୍ଲାର ସମସ୍ତ ବିଧାୟକ ଓ ସାଂସଦ, ପ୍ରାକ୍ତନ ବିଧାୟକ ଓ ସାଂସଦ, ବିଧାୟକ ଓ ସାଂସଦ ପ୍ରାର୍ଥୀ, ପିସିସି ପର୍ଯ୍ୟବେକ୍ଷକ, ପିସିସି ଓ ଏଆଇସିସି ସଭ୍ୟ, ଛାମୁଆ ସଂଗଠନ, ବିଭାଗ ଓ ପ୍ରକୋଷ୍ଠର ମୁଖ୍ୟ ଓ କର୍ମକର୍ତା, କଂଗ୍ରେସ ନେତୃବୃନ୍ଦ ଓ କର୍ମୀମାନଙ୍କୁ କାର୍ଯ୍ୟକ୍ରମରେ ଯୋଗଦେବାକୁ ଅବଗତ କରାଇ ଏହାକୁ ସଫଳ କରିବାକୁ ଶ୍ରୀ ପଟ୍ଟନାୟକ ଅନୁରୋଧ କରିଛନ୍ତି।

 

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories