www.samajalive.in
Sunday, December 7, 2025
26.1 C
Bhubaneswar

ବିଦ୍ୟୁତ୍ ଦର ପ୍ରତ୍ୟାହାର ଦାବିରେ ଯୁବ କଂଗ୍ରେସର ବିକ୍ଷୋଭ

ଫୁଲବାଣୀ : କରୋନା ମହାମାରୀ ସମୟରେ ଜୀନନ ଜୀବିକା ପାଇଁ ସମଗ୍ର ଅଞ୍ଚଳବାସୀ ଲଢେଇ କରୁଥିବା ବେଳେ ବର୍ତ୍ତମାନ ପରିସ୍ଥିତିରେ ବିଦ୍ୟୁତ୍ ଦର ବୃଦ୍ଧି ଏକ ଶକ୍ତ ଆଘାତ ଦେଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ବିଭିନ୍ନ ଦୋକାନୀ, ‘କ୍ଷୁଦ୍ର ଓ ମଧ୍ୟମ ଧରଣର କଳକାରଖାନା ନିଜର ଆର୍ଥିକ ସ୍ଥିତିକୁ ସୁଧାରି ପାରିନଥିବା ବେଳେ ବର୍ତ୍ତମାନ ପରିସ୍ଥିତିରେ ବିଦ୍ୟୁତ୍ ଦର ଏକ ଚିନ୍ତାଜନକ କାରଣ ହୋଇଛି। ଘରୋଇ କମ୍ପାନୀମାନଙ୍କ ସ୍ୱାର୍ଥରେ ରାଜ୍ୟବାସୀଙ୍କ ଉପରେ ବିଦ୍ୟୁତ୍ ଦର ବୃଦ୍ଧିକୁ କନ୍ଧମାଳ ଜିଲା ଯୁବ କଂଗ୍ରେସ ବିରୋଧ କରି ତୁରନ୍ତ ବିଦ୍ୟୁତ୍ ଦର ପ୍ରତ୍ୟାହାର ଦାବିରେ ଆଜି ଫୁଲବାଣୀ ଠାରେ ଏକ ଶୋଭାଯାତ୍ରା ଓ ବିକ୍ଷୋଭ ଅନୁଷ୍ଠିତ ହୋଇଯାଇଛି। ଯୁବ କଂଗ୍ରେସ ସଭାପତି ବସନ୍ତ କୁମାର ପାଢୀଙ୍କ ନେତୃତ୍ୱରେ ବହୁ କଂଗ୍ରେସ ନେତା ଓ କର୍ମୀମାନେ ଶୋଭାଯାତ୍ରରେ ଆଜି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ପୂର୍ବତନ ବିଧାୟକ ଅଭିମନ୍ୟୁ ବେହେରା, ଶ୍ରମିକ ନେତା ଘନ ଶବର, ବରିଷ୍ଠ କଂଗ୍ରେସ ନେତା ହେମନ୍ତ କର, ରଜତ ମହାନ୍ତି, ଅନାମ ନାୟକ, ଦୁର୍ଯ୍ୟୋଧନ ପଟନାୟକ, ସଂଶାର ଭୋଇ, ସୂର୍ଯ୍ୟକାନ୍ତ ଦାସ, ନନ୍ଦ କିଶୋର ଦାସ ,ଅଶୋକ ସାସନୀ ,କାମ ବେହେରା ,ଗୌର ଚରଣ ବେହେରା , ଶିବ ଶଙ୍କର ବେହେରା , ବଳଦେବ ବେହେରା , ମନିସା ବେହେରା , ହୃସି ବେହେରା , ସଂଜିତ୍ ବେହେରା , ସଂଜୟ କୁମାର ଭଂଜ , ଶିବାନି କହଁର ଓ ଅନ୍ୟମାନେ ବିକ୍ଷୋଭ ବେଳେ ଉପସ୍ଥିତ ଥିଲେ। ଆଇନ ଶୃଙ୍ଖଳା ଦୃଷ୍ଟିରୁ ପୁଲିସ୍ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories