www.samajalive.in
Saturday, December 6, 2025
15.1 C
Bhubaneswar

ପୁଲିସର ବର୍ବରତାକୁ ନିନ୍ଦା; ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ କଂଗ୍ରେସର ଉଦ୍ୟମ

ସମାଜ ଡିଜିଟାଲ ଡେସ୍କ: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ପ୍ରତିବାଦ କରିଛି ଯୁବ କଂଗ୍ରେସ। ଭୁବନେଶ୍ୱର କଂଗ୍ରେସ ଭବନରୁ ଯୁବ କଂଗ୍ରେସ କର୍ମୀମାନେ ରାଲିରେ ଯାଇ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ କରିବାକୁ ଉଦ୍ୟମ କରିଛନ୍ତି। ଘଟଣାରେ ପୁଲିସକୁ ମୁଖ୍ୟମନ୍ତ୍ରୀ ସୁରକ୍ଷା ଦେଉଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି କଂଗ୍ରେସ। ରାଜ୍ୟରେ ଯେବେଠାରୁ ବିଜେପି ସରକାର ଆସିଛି ସେବେଠୁ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡି ଯାଇଛି। ଏଠାରେ ରକ୍ଷକ ବକ୍ଷକ ସାଜିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ କରିବାକୁ ଯିବାବେଳେ ଲୋୟର ପିଏମଜିରେ ବ୍ୟାରିକେଡ ଡେଉଁ ଯିବାକୁ ପ୍ରୟାସ କରିଛନ୍ତି କଂଗ୍ରେସ କର୍ମୀ। ଏହି ସମୟରେ ପୁଲିସ ସେମାନଙ୍କୁ ଅଟକାଇବାରୁ ପୁଲିସ ଉପରକୁ ଟମାଟୋ ଓ ଅଣ୍ଡା ମାଡ କରିଛି କଂଗ୍ରେସ। ମୁଖ୍ୟମନ୍ତ୍ରୀ ତୁରନ୍ତ ଇସ୍ତଫା ନଦେଲେ ଆଗାମୀ ଦିନରେ ସବୁଠୀ ତାଙ୍କୁ ଏପରି ଅଣ୍ଡା, ଟମାଟୋ ମାଡ ହେବ ବୋଲି କଂଗ୍ରେସ କହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories