www.samajalive.in
Monday, December 8, 2025
14.1 C
Bhubaneswar

ଓଡ଼ିଶାର ୭ ଲୋକସଭା ଆସନ ପାଇଁ କଂଗ୍ରେସର ପ୍ରାର୍ଥୀ ଘୋଷଣା

ଭୁବନେଶ୍ଵର: କଂଗ୍ରେସ ପକ୍ଷରୁ ରାଜ୍ୟର ୭ଟି ଲୋକସଭା ଆସନ ପାଇଁ ଶୁକ୍ରବାର ପ୍ରାର୍ଥୀ ଘୋଷଣା କରାଯାଇଛି। ପୁରୀ ଲୋକସଭା ଆସନରୁ ପୂର୍ବତନ ସାମ୍ବାଦିକ ତଥା ଦଳର ମୁଖପାତ୍ର ସତ୍ୟପ୍ରକାଶ ନାୟକ ନିର୍ବାଚନ ଲଢ଼ିବେ ବୋଲି ଯେଉଁ ଆଲୋଚନା ହେଉଥିଲା ତାହା ସ୍ପଷ୍ଟ ହୋଇଛି। ଏହାବ୍ୟତୀତ କେନ୍ଦ୍ରାପଡ଼ାରୁ ଧରଣୀଧର ନାୟକ, କେନ୍ଦୁଝରରୁ ଫକୀର ମୋହନ ନାୟକ, ବାଲେଶ୍ଵରରୁ ନବଜ୍ୟୋତି ପଟ୍ଟନାୟକ, ଭଦ୍ରକରୁ ମଧୁମିତା ସେଠୀ, ଢେଙ୍କାନାଳରୁ କାମାକ୍ଷାପ୍ରସାଦ ସିଂହଦେଓ ଏବଂ ଜଗତସିଂହପୁରରୁ ପ୍ରତିମା ମଲ୍ଲିକଙ୍କୁ ଦଳ ପ୍ରାର୍ଥୀ କରିଛି।

ଏଥର ପୁରୀ ଲୋକସଭା ଆସନରୁ ବିଜେଡିର ପିନାକୀ ମିଶ୍ର ଏବଂ ବିଜେପିର ସମ୍ବିତ ପାତ୍ରଙ୍କୁ ଟକ୍କର ଦେବେ ସତ୍ୟପ୍ରକାଶ ନାୟକ। ସେହିପରି କେନ୍ଦ୍ରାପଡ଼ା ଆସନରୁ ବିଜେପିର ହେଭିୱେଟ ନେତା ବୈଜୟନ୍ତ ପଣ୍ଡା ଏବଂ ବିଜେଡିର ଷ୍ଟାର ଅନୁଭବ ମହାନ୍ତି ପ୍ରାର୍ଥୀ ହୋଇଥିବାବେଳେ କଂଗ୍ରେସ ଧରଣୀଧରଙ୍କ ଉପରେ ଆଶା ପ୍ରକଟ କରି ତାଙ୍କୁ ପ୍ରାର୍ଥୀ କରିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories