www.samajalive.in
Saturday, December 13, 2025
21.1 C
Bhubaneswar

କୃଷକ ସଂଗଠନଗୁଡିକ ପକ୍ଷରୁ ଡିସେମ୍ବର ୮ ଭାରତ ବନ୍ଦ ଡାକରାକୁ ରାଜ୍ୟ କଂଗ୍ରେସର ପୂର୍ଣ୍ଣ ସମର୍ଥନ

ଭୁବନେଶ୍ୱର  : କେନ୍ଦ୍ରର ସରକାରଙ୍କ ଦ୍ୱାରା ପ୍ରଣୀତ ୩ ଗୋଟି କଳା କୃଷି ଆଇନ୍ ବିରୋଧରେ ଆନ୍ଦୋଳନରତ କୃଷକ ସଂଗଠନଗୁଡିକ ଡିସେମ୍ବର ୮ ତାରିଖ ମଙ୍ଗଳବାର ଦେଇଥିବା ଭାରତ ବନ୍ଦ ଡାକରାକୁ ପ୍ରଦେଶ କଂଗ୍ରେସ କମିଟି ପୂର୍ଣ୍ଣ ସମର୍ଥନ କରୁଥିବା ଘୋଷଣା କରିଛି  । କୃଷକମାନେ ଆମର ଅନ୍ନଦାତା ଓ ଅର୍ଥନୀତିର ମେରୁଦଣ୍ଡ, କୃଷକ ଭାଇଭଉଣୀମାନେ କୃଷି ଆଇନକୁ ବିରୋଧ କରିବା ସଂପୂର୍ଣ୍ଣ ଯଥାର୍ଥ ଓ ଯୁକ୍ତିସଂଗତ ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି ।

କୃଷକମାନଙ୍କର ବୃହତର ହିତ ଓ ସ୍ୱାର୍ଥକୁ ଦୃଷ୍ଟିରେ ରଖି ୱାର୍ଡ ସ୍ତରରୁ ଆରମ୍ଭ କରି ଗ୍ରାମ, ପଂଚାୟତ, ବ୍ଲକ, ପୌରପରିଷଦ, ମହାନଗର ନିଗମ, ବିଜ୍ଞପିତ ଅଂଚଳ ପରିଷଦ, ଜିଲ୍ଲା ଓ ରାଜ୍ୟ ସ୍ତରରେ ବନ୍ଦକୁ ସଂପୂର୍ଣ୍ଣ ସଫଳ କରିବା ପାଇଁ କଂଗ୍ରେସର ସମସ୍ତ କର୍ମକର୍ତା, ବିଧାୟକଗଣ, ସାଂସଦ, ପ୍ରାକ୍ତନ ସାଂସଦ, ମନ୍ତ୍ରୀ ଓ ବିଧାୟକ, ବରିଷ୍ଠ ନେତୃମଣ୍ଡଳୀ, ଜିଲ୍ଲା କଂଗ୍ରେସ ସଭାପତି, ଏଆଇସିସି ଓ ପିସିସି ସଭ୍ୟ, ସମସ୍ତ ବିଭାଗ, ପ୍ରକୋଷ୍ଠ ଓ ଛାମୁଆ ସଂଗଠନର ରାଜ୍ୟ ଓ ଜିଲ୍ଲାର ମୁଖ୍ୟ ଓ କର୍ମକର୍ତାମାନେ ଓ ତ୍ରିସ୍ତରୀୟ ଜନପ୍ରତିନିଧିମାନଙ୍କୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମାର୍ଗଦର୍ଶନ ଦେଇଥିବା ବେଳେ ସ୍ୱତଃପ୍ରବୃତ ବନ୍ଦରେ ସକ୍ରୀୟ ସହଯୋଗ ଓ ଅଂଶଗ୍ରହଣ କରି ପୂର୍ଣ୍ଣ ସଫଳ କରିବା ଲାଗି ଓଡିଶାବାସୀଙ୍କୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ବିନମ୍ର ଅନୁରୋଧ କରିଛନ୍ତି ।

Hot this week

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

Related Articles

Popular Categories