www.samajalive.in
Monday, December 15, 2025
24.1 C
Bhubaneswar

ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ବାର୍ଷିକୀରେ କଂଗ୍ରେସର ଶ୍ରଦ୍ଧାଞ୍ଜଳି

ଡେସ୍କ: ଆଜି ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ବାର୍ଷିକୀରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଏବଂ ଗାନ୍ଧୀ ପରିବାରର ଅନ୍ୟ ସଦସ୍ୟମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ରାଜୀବ ଗାନ୍ଧୀଙ୍କ ସ୍ମୃତିସ୍ଥଳ ବୀରଭୂମି ଠାରେ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ରାହୁଲ ଗାନ୍ଧୀ ଟ୍ୱିଟରରେ ଏକ ଭିଡିଓ ପୋଷ୍ଟ କରି ଲେଖିଛନ୍ତି, ପାପା ତୁମେ ସବୁ ସମୟରେ ମୋ ପାଇଁ ପ୍ରେରଣା ହୋଇ ରହିଛ।


ରାଜୀବ ଗାନ୍ଧୀଙ୍କୁ ଭାରତର ମହାନ ପୁତ୍ର ଭାବେ ବର୍ଣ୍ଣ କରି କଂଗ୍ରେସ ଅଧ୍ୟକ୍ଷ ଖଡ଼ଗେ କହିଛନ୍ତି ଯେ ରାଜୀବ ଗାନ୍ଧୀ ଭୋଟଦାନ ବୟସ ହ୍ରାସ କରିବା, ପଞ୍ଚାୟତିରାଜ ବ୍ୟବସ୍ଥା ସୁଦୃଢ଼ କରିବା ଭଳି ଅନେକ ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିଥିଲେ। ୩୨ ବର୍ଷ ତଳେ ୧୯୯୧ ମସିହା ଆଜିର ଦିନରେ ରାଜୀବ ଗାନ୍ଧୀଙ୍କୁ ନିର୍ବାଚନୀ ପ୍ରଚାର ସମୟରେ ହତ୍ୟା କରାଯାଇଥିଲା।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories