www.samajalive.in
Monday, December 15, 2025
14.1 C
Bhubaneswar

କଂଗ୍ରେସ ବିଧାୟକ ଦଳ ବୈଠକ ଆରମ୍ଭ: ଉପସ୍ଥିତ ନାହାଁନ୍ତି ତାରାବାହିନୀ ପତି

ସମାଜ ଡିଜିଟାଲ ଡେସ୍କ: ଆଜିଠୁ ଆରମ୍ଭ ହେଉଛି ବିଧାନସଭାର ଅଧିବେଶନ । ଏହାପୂର୍ବରୁ କଂଗ୍ରେସର ବିଧାୟକ ଦଳ ବୈଠକ ବସିଛି । ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିବା ବେଳେ ଦୁଇ ବିଧାୟକ ଏଥିରେ ଅନୁପସ୍ଥିତ ରହିଥିବା ସୂଚନା ମିଳିଛି । ବିଧାନସଭାର ୫୪ନଂ ପ୍ରକୋଷ୍ଠରେ ବସିଛି ବୈଠକ । ବିଧାନସଭାରେ ସରକାରଙ୍କୁ କେମିତି ଘେରିବେ ବିରୋଧୀ ସେନେଇ ବୈଠକରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି । ତେବେ ବୈଠକରେ ବିଧାୟକ ତାରାବହିନୀପତି ଯୋଗ ଦେଇନାହାଁନ୍ତି । ସେପଟେ ବୈଠକ ପୂର୍ବରୁ ତାରା ବାହିନୀପତିଙ୍କୁ ନେଇ ରାମଚନ୍ଦ୍ର କାଡାମ ଗଣମାଧ୍ୟମରେ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ତାରା ମୋ ବଡ ଭାଇ, ଆମ ଭିତରେ ମନାନ୍ତର ନାହିଁ । କଂଗ୍ରେସ ଏକଜୁଟ ହୋଇ ଲଢିବ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories