www.samajalive.in
Saturday, December 6, 2025
14.1 C
Bhubaneswar

କରୋନା ସଂକ୍ରମଣ ପ୍ରତିହତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ୪ ପ୍ରସ୍ତାଵ ଦେଲେ ନିରଞ୍ଜନ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ଏକ ଭୟାବହ ସ୍ଥିତିକୁ ଯାଉଛି । ଏହାକୁ ମୁକାବିଲା କରିବାକୁ ତୁରନ୍ତ ପଦକ୍ଷେପ ନିଆ ନଗଲେ, ଏହା ଗୋଷ୍ଠୀ ସଂକ୍ରମଣ ଆଡକୁ ଯିବାର ଯଥେଷ୍ଟ ଆଶଙ୍କା ଅଛି ବୋଲି ଆଜିର ଏକ ବିଜ୍ଞପ୍ତି ରେ ପ୍ରକାଶ କରିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। କରୋନା ସଂକ୍ରମଣର ମୁକାବିଲାରେ ଦଳମତ ନିର୍ବିଶେଷରେ ଆମେ ସମସ୍ତେ ରାଜ୍ୟ ସରକାରଙ୍କୁ ସହଯୋଗର ହାତ ବଢାଇଛୁ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଚିଠି ପିସିସି ସଭାପତି ଦେଉଛନ୍ତି।ଆଗାମୀ ଦିନରେ କିଛି ନିର୍ଦ୍ଦିଷ୍ଟ ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କଂଗ୍ରେସ ଦଳ ତରଫରୁ ପିସିସି ସଭାପତି ଶ୍ରୀ ପଟ୍ଟନାୟକ କିଛି ପ୍ରସ୍ତାବ ଦେଇ ଅନୁରୋଧ କରିଛନ୍ତି ଏବଂ ମୁଖ୍ୟମନ୍ତ୍ରୀ ସରକାରର ମୁଖ୍ୟ ଭାବରେ ବିଭିନ୍ନ ରାଜନୈତିକ ଦଳ, ସାମାଜିକ ସଂଗଠନ, ଦୁର୍ବିପାକ ସହ ଲଢିବାର ଅଭିଜ୍ଞ ବ୍ୟକ୍ତିମାନଙ୍କ ସହ ଚର୍ଚ୍ଚା ଆଲୋଚନା କରି ଏହି ଅଭିଯାନକୁ ଏକ ସଫଳତାର ଦିଗରେ ଆଗକୁ ନେବାକୁ ଉଦ୍ୟମ କରିବେ ବୋଲି ଶ୍ରୀ ପଟ୍ଟନାୟକ ଆଶା କରିଛନ୍ତି।
ଯାହା କି ସଂକ୍ରମଣ ପ୍ରତିହତ କରିବାରେ ନିଶ୍ଚୟ ସହାୟକ ହେବ ।
୧. ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଜଣେ ବ୍ୟକ୍ତି ଯିଏ ସରକାରୀ କୋଭିଡ୍ ଡାକ୍ତରଖାନାରେ ଚିକିତ୍ସିତ ହେବାକୁ ଚାହୁଁ ନାହିଁ, ତା’ ପାଇଁ ବି ବ୍ୟବସ୍ଥା ରହିବା ଆବଶ୍ୟକ । ତା’ର ଚିକିତ୍ସା ପ୍ରାପ୍ତ ହେବାର ଅଧିକାରକୁ ସୁରକ୍ଷା ଦିଆଯାଉ । ପ୍ରତି ବେସରକାରୀ ଓ କର୍ପୋରେଟ୍ ଡାକ୍ତରଖାନା ମାନଙ୍କର ୨୦ ପ୍ରତିଶତ ବେଡ, ପଇସା ଖର୍ଚ୍ଚ କରି ଭଲ ପରିବେଶରେ ଚିକିତ୍ସିତ ହେବାକୁ ଚାହୁଁଥିବା ବ୍ୟକ୍ତିମାନଙ୍କ ପାଇଁ ରଖାଯାଉ ।
୨. ସ୍ୱାସ୍ଥ୍ୟକର୍ମୀମାନଙ୍କ ଦ୍ୱାରା ରାଜ୍ୟ ସାରା ଗୃହ ସର୍ବେକ୍ଷଣ କରାଯାଇ ପ୍ରତି ଘରେ ବା ବ୍ୟବସାୟ ପ୍ରତିଷ୍ଠାନ ମାନଙ୍କରେ ଥିବା ଆକ୍ରାନ୍ତଙ୍କୁ ଓ ସମାନ ଲକ୍ଷଣ ଦେଖାଯାଉଥିବା ବ୍ୟକ୍ତିମାନଙ୍କୁ ଚିହ୍ନଟ କରାଯାଉ ।
୩. ରାଜ୍ୟର କୋଭିଡ୍ ହସ୍ପିଟାଲର ସଂଖ୍ୟା ବଢାଯାଇ ମେଡିକାଲ ଇକ୍ୟୁପ୍‌ମେଂଟ ତଥା ଜୀବନ ରକ୍ଷାକରୀ ଇକ୍ୟୁପ୍‌ମେଂଟ ଗୁଡିକ ଯଥେଷ୍ଟ ସଂଖ୍ୟାରେ ମହଜୁଦ୍ ରଖାଯାଉ । କରୋନା ଯୋଦ୍ଧାମାନଙ୍କୁ ସୁରକ୍ଷା କିଟ୍ ଦେବା ବାଧ୍ୟତାମୂଳକ କରାଯାଉ ।
୪. ରାଜ୍ୟରେ ପ୍ରତିଦିନ ଟେଷ୍ଟିଂର ସଂଖ୍ୟା ଅନ୍ୟୁନ ୨୫୦୦୦ କରାଯାଉ । କଂଟାକ୍ଟ ଟ୍ରେସିଙ୍ଗ ଗୁରୁତ୍ୱର ସହ କରାଯାଉ ଓ ଟେଷ୍ଟିଂ କରାଯାଉ । ଏକାଧିକ ସଂକ୍ରମଣ ଦେଖାଯାଇଥିବା ଅଂଚଳରେ ଏକ ନିର୍ଦ୍ଧିଷ୍ଟ ବ୍ୟାସାର୍ଦ୍ଧ ପରିମିିତ ଅଂଚଳରେ ଶହେ ପ୍ରତିଶତ ବ୍ୟକ୍ତିଙ୍କୁ ଟେଷ୍ଟ କରାଯାଉ । ସଂଗରୋଧ କେନ୍ଦ୍ର ଓ କୋଭିଡ୍ ହସ୍ପିଟାଲରୁ ଛାଡିବା ପୂର୍ବରୁ ସେମାନଙ୍କର ଟେଷ୍ଟ ବାଧ୍ୟତାମୂଳକ କରାଯାଉ।
ଅନ୍ୟ ରାଜ୍ୟ ମାନଙ୍କରେ ଘରୋଇ ହସ୍ପିଟାଲମାନେ ସଂକ୍ରମିତ ରୋଗୀମାନଙ୍କ ପାଇଁ ଉନ୍ନତ ଚିକିତ୍ସା ବ୍ୟବସ୍ଥା ଦେବା ଆରମ୍ଭ କରିଛନ୍ତି କିନ୍ତୁ ଓଡିଶାରେ ହୋଇନାହିଁ । ଏଣୁ ଏହି ବିଷୟରେ ଗୁରୁତ୍ୱର ସହ ବିଚାର କରିବାକୁ ଅନୁରୋଧ କରିଛନ୍ତି ପିସିସି ସଭାପତି।
ସର୍ବୋପରି ଏହି ଭୟଙ୍କର ସଂକ୍ରମଣରୁ ରାଜ୍ୟକୁ ରକ୍ଷାକରିବା ପାଇଁ ସରକାର ଖୋଲା ହୃଦୟରେ ବିଭିନ୍ନ ରାଜନୈତିକ ଦଳ ସହ ଆଲୋଚନା କରି ଆଗକୁ ନିଷ୍ପତି ନିଅନ୍ତୁ ଏବଂ ଏହାର ପରିଚାଳନା ଦାଇତ୍ଵ ମୁଷ୍ଟିମେୟ ଅଧିକାରୀଙ୍କ ହାତରେ ଛାଡିନଦେବାକୁ ମୁଖ୍ୟମନ୍ତ୍ରୀ ଙ୍କୁ ଅନୁରୋଧ କରିଛନ୍ତି ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories