www.samajalive.in
Monday, December 8, 2025
14.1 C
Bhubaneswar

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିରଞ୍ଜନଙ୍କ ଚିଠି, କରୋନା ମୁକାବିଲାରେ କଂଗ୍ରେସ ରାଜ୍ୟ ସରକାରଙ୍କ ସହ ଅଛି

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ଏକ ଭୟାବହ ସ୍ଥିତିକୁ ଯାଉଛି । ଏହାକୁ ମୁକାବିଲା କରିବାକୁ ତୁରନ୍ତ ପଦକ୍ଷେପ ନିଆ ନ ଗଲେ, ଏହା ଗୋଷ୍ଠୀ ସଂକ୍ରମଣ ଆଡକୁ ଯିବାର ଯଥେଷ୍ଟ ଆଶଙ୍କା ଅଛି । କରୋନା ସଂକ୍ରମଣର ମୁକାବିଲାରେ ଦଳମତ ନିର୍ବିଶେଷରେ ଆମେ ସମସ୍ତେ ରାଜ୍ୟ ସରକାରଙ୍କୁ ସହଯୋଗର ହାତ ବଢାଇଛୁ ବୋଲି ରାଜ୍ୟ ପିସିସ ସଭାପତି ନରଞ୍ଜନ ପଟ୍ଟନାୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ।  ଉକ୍ତ ଚିଠିରେ ରୋଗୀ କିପରି ଭଲ ଭାବେ ଚିକିତ୍ସିତ ହୋଇପାରିବ ଓ କୋଭିଡ ପରିଚାଳନକୁ ଜୋରଦାର କରାଯାଇ ପାରିବ । ସେ ନେଇ କିଛି ନିର୍ଦ୍ଦିଷ୍ଟ କିଛି ପଦକ୍ଷେପ କଂଗ୍ରେସ ଦଳ ତରଫରୁ ଅନୁରୋଧ କରୁଯାଇଛି ।

ଜଣେ ବ୍ୟକ୍ତି ଯଦି ସରକାରୀ କୋଭିଡ୍ ଡାକ୍ତରଖାନାରେ ଚିକିତ୍ସିତ ହେବାକୁ ଚାହୁଁ ନାହିଁ, ତା’ ପାଇଁ ବି ବ୍ୟବସ୍ଥା ରହିବା ଆବଶ୍ୟକ । ତା’ର ଚିକିତ୍ସା ପ୍ରାପ୍ତ ହେବାର ଅଧିକାରକୁ ସୁରକ୍ଷା ଦିଆଯାଉ । ପ୍ରତି ବେସରକାରୀ ଓ କର୍ପୋରେଟ୍ ଡାକ୍ତରଖାନା ମାନଙ୍କର ୨୦ ପ୍ରତିଶତ ବେଡ, ପଇସା ଖର୍ଚ୍ଚ କରି ଭଲ ପରିବେଶରେ ଚିକିତ୍ସିତ ହେବାକୁ ଚାହୁଁଥିବା ବ୍ୟକ୍ତିମାନଙ୍କ ପାଇଁ ରଖାଯାଉ । ଏଠାରେ ଚିକିତ୍ସାର ଗୁଣାତ୍ମକ ଦିଗଟି ସରକାରଙ୍କ ତତ୍ବାବଧାନରେ ହେଉ, କିନ୍ତୁ ପାଇଥିବା ସୁବିଧା ବଦଳରେ ରୋଗୀର ପରିବାର ଅର୍ଥ ଖର୍ଚ୍ଚ କରି ଉନ୍ନତ ସ୍ୱାସ୍ଥ୍ୟ ସେବା ପାଇବାର ସୁଯୋଗ ପାଉ ।

- Advertisement -

ସ୍ୱାସ୍ଥ୍ୟକର୍ମୀମାନଙ୍କ ଦ୍ୱାରା ରାଜ୍ୟ ସାରା ଗୃହ ସର୍ବେକ୍ଷଣ କରାଯାଇ ପ୍ରତି ଘରେ ବା ବ୍ୟବସାୟ ପ୍ରତିଷ୍ଠାନ ମାନଙ୍କରେ ଥିବା ଆକ୍ରାନ୍ତଙ୍କୁ ଓ ସମାନ ଲକ୍ଷଣ ଦେଖାଯଉଥିବା ବ୍ୟକ୍ତିମାନଙ୍କୁ ଚିହ୍ନଟ କରାଯାଉ । ରାଜ୍ୟର କୋଭିଡ୍ ହସ୍ପିଟାଲର ସଂଖ୍ୟା ବଢାଯାଇ ମେଡିକାଲ ଇକ୍ୟୁପ୍‌ମେଣ୍ଟ ତଥା ଜୀବନ ରକ୍ଷାକରୀ ଇକ୍ୟୁପମେଣ୍ଟ ଗୁଡିକ ଯଥେଷ୍ଟ ସଂଖ୍ୟାରେ ମହଜୁଦ୍ ରଖାଯାଉ । କରୋନା ଯୋଦ୍ଧାମାନଙ୍କୁ ସୁରକ୍ଷା କିଟ୍ ଦେବା ବାଧ୍ୟତାମୂଳକ କରାଯାଉ । ରାଜ୍ୟରେ ପ୍ରତିଦିନ ଟେଷ୍ଟିଂର ସଂଖ୍ୟା ଅନ୍ୟୁନ ୨୫୦୦୦ କରାଯାଉ । କଂଟାକ୍ଟ ଟ୍ରେସିଙ୍ଗ ଗୁରୁତ୍ୱର ସହ କରାଯାଉ ଓ ଟେଷ୍ଟିଂ କରାଯାଉ । ଏକାଧିକ ସଂକ୍ରମଣ ଦେଖାଯାଇଥିବା ଅଂଚଳରେ ଏକ ନିର୍ଦ୍ଧିଷ୍ଟ ବ୍ୟାସାର୍ଦ୍ଧ ପରିମିତ ଅଂଚଳରେ ଶହେ ପ୍ରତିଶତ ବ୍ୟକ୍ତିଙ୍କୁ ଟେଷ୍ଟ କରାଯାଉ । ସଂଗରୋଧ କେନ୍ଦ୍ର ଓ କୋଭିଡ୍ ହସ୍ପିଟାଲରୁ ଛାଡିବା ପୂର୍ବରୁ ସେମାନଙ୍କର ଟେଷ୍ଟ ବାଧ୍ୟତାମୂଳକ କରାଯାଉ। ଅନ୍ୟ ରାଜ୍ୟ ମାନଙ୍କରେ ଘରୋଇ ହସ୍ପିଟାଲମାନେ ସଂକ୍ରମିତ ରୋଗୀମାନଙ୍କ ପାଇଁ ଉନ୍ନତ ଚିକିତ୍ସା ବ୍ୟବସ୍ଥା ଦେବା ଆରମ୍ଭ କରିଛନ୍ତି କିନ୍ତୁ ଓଡିଶାରେ ହୋଇନାହିଁ । ଏଣୁ ଏହି ବିଷୟରେ ଗୁରୁତ୍ୱର ସହ ବିଚାର କରିବାକୁ ଅନୁରୋଧ କରିଛନ୍ତି ରାଜ୍ୟ ପସିସି ସଭାପତି ନିରଞ୍ଜନ ପଟ୍ଟନାୟକ ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories