www.samajalive.in
Sunday, December 7, 2025
23.1 C
Bhubaneswar

ନୀଳଗିରି ନାବାଳିକା ମୃତ୍ୟୁ ଘଟଣାର ଅନୁଧ୍ୟାନ ପାଇଁ ପିସିସି ଗଠନ କଲା ତଥ୍ୟ ଅନୁଧ୍ୟାନ କମିଟି

ଭୁବନେଶ୍ୱର: ନୀଳଗିରି ଥାନା ଅଞ୍ଚଳରେ ଥିବା ଇଟାଭାଟିରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ୧୨ ବର୍ଷର ନାବାଳିକା ମୃତ୍ୟୁ ଘଟଣା ସଂପର୍କରେ ତଥ୍ୟ ଅନୁଧ୍ୟାନ କରିବାକୁ ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ଏକ ତଥ୍ୟ ଅନୁଧ୍ୟାନ କମିଟି ଗଠନ କରିଛନ୍ତି । ଏହି କମିଟିରେ କଂଗ୍ରେସ ନେତ୍ରୀ ବନ୍ଦିତା ପରିଡା, ପ୍ରଜ୍ଞାପାରମିତା ମହାନ୍ତି, ଅର୍ଚ୍ଚନା ନନ୍ଦୀ, ମନୋଜା ମଞ୍ଜରୀ ଦେବୀ ଓ ମମତା କୁଣ୍ଡୁ ରହିଛନ୍ତି । ଉକ୍ତ କମିଟି ତୁରନ୍ତ ଘଟଣାସ୍ଥଳ ଗସ୍ତ କରି ଘଟଣା ସଂପର୍କରେ ଅନୁଧ୍ୟାନ କରିବା ସହ ଏକ ରିପୋର୍ଟ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟକୁ ପ୍ରଦାନ କରିବାକୁ ଶ୍ରୀ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏହି ଗସ୍ତ ସମୟରେ କମିଟି ସେଠାରେ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରିବେ। ବାଲେଶ୍ୱର ଜିଲ୍ଲା କଂଗ୍ରେସ କମିଟି ସଭାପତି ଉକ୍ତ ତଥ୍ୟ ଅନୁଧ୍ୟାନ କମିଟିକୁ ଗସ୍ତ ସମୟରେ ସମସ୍ତ ପ୍ରକାର ସହଯୋଗ କରିବା ସହ ସାମ୍ବାଦିକ ସମ୍ବିଳନୀର ଆୟୋଜନ କରିବାକୁ ନିରଞ୍ଜନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories