www.samajalive.in
Saturday, December 6, 2025
19.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ଯୁବ କଂଗ୍ରେସ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସରକାରୀ ବାସଭବନ ଘେରାଉ କରିଛି ଯୁବ କଂଗ୍ରେସ। ବୁଧବାର ଶହ ଶହ କଂଗ୍ରେସ କର୍ମୀ ଓ ନେତା ମୁଖ୍ୟମନ୍ତ୍ରୀଙ୍କ ଇସ୍ତାପ ଦାବି କରି ଘେରାଉ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନକୁ ଧସେଇ ପଶିବାକୁ ଉଦ୍ୟମ କରୁଥିବାବେଳେ କଂଗ୍ରେସ କର୍ମୀଙ୍କୁ ପୁଲିସ ଅଟକାଇଥିଲା। ଫଳରେ ପୁଲିସ ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ କିଛି ସମୟ ଧସ୍ତାଧସ୍ତିର ଚିତ୍ର ମଧ୍ୟ ସାମ୍ନାକୁ ଆସିଛି।

ରାଜ୍ୟରେ ନାରୀମାନଙ୍କ ଉପରେ ନିର୍ଯାତନା ବଢିଚାଲିଥିବାବେଳେ ସରକାର ନିରବଦ୍ରଷ୍ଟା ପାଲଟିଛନ୍ତି। ଦଳିତଙ୍କୁ ମାଡ ମରାଯାଉଛି, ତାଙ୍କୁ ଲଣ୍ଡା କରାଯାଇ ରାଜରାସ୍ତାରେ ଚଲାଉଛନ୍ତି। ରାଜ୍ୟରେ ଗଣତନ୍ତ୍ର ଅଛି କି ନାହିଁ ବୋଲି ପ୍ରଶ୍ନ କରିଛି ଯୁବ କଂଗ୍ରେସ। ତେଣୁ ତୁରନ୍ତ ମୁଖ୍ୟମନ୍ତ୍ରୀ ତାଙ୍କ ପଦରୁ ଇସ୍ତାପ ଦିଅନ୍ତୁ, ନଚେତ ଆଗାମୀ ଦିନରେ ବିରୋଧକୁ ଅଧିକ ବ୍ୟାପକ କରାଯିବ ବୋଲି ଚେତାବନୀ ଦେଇଛି କଂଗ୍ରେସ। ରାଜ୍ୟରେ ମୁଖ୍ୟମନ୍ତ୍ରୀ ଯେଉଁ ସ୍ଥାନକୁ ଗସ୍ତ କରିବେ ସେଠାରେ ତାଙ୍କୁ ବିରୋଧ କରାଯିବ ବୋଲି ମଧ୍ୟ ଯୁବ କଂଗ୍ରେସ ଚେତାବନୀ ଦେଇଛି।

- Advertisement -

 

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories