www.samajalive.in
Friday, December 5, 2025
27.1 C
Bhubaneswar

ଟିକେଟ ଫେରାଇଲେ ପୁରୀ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି

ପୁରୀ: ନିର୍ବାଚନ ପୂର୍ବରୁ ରାଜ୍ୟ କଂଗ୍ରେସକୁ ବଡ ଝଟକା। ଟିକେଟ ପାଇଥିଲେ ସୁଦ୍ଧା ଫେରାଇ ଦେଇଛନ୍ତି ପୁରୀ ଲୋକସଭା ପ୍ରାର୍ଥୀ ସୁଚରିତା ମହାନ୍ତି। ଏନେଇ ସେ ଏଆଇସିସି ସାଧାରଣ ସମ୍ପାଦକ କେ.ସି ବେଣୁଗୋପାଳଙ୍କୁ ଇମେଲ ଯୋଗେ ଜଣାଇଛନ୍ତି। ଏଥିରେ ସେ ଦୁଇଟି କାରଣ ଦର୍ଶାଇଛନ୍ତି। ପୁରୀ ବିଧାନସଭା ଆସନରେ ଦଳ ଦୁର୍ବଳ ପ୍ରାର୍ଥୀ ଦେଇଛି। ଏବଂ ପ୍ରଚାର ପାଇଁ ଦଳ ପକ୍ଷରୁ କୌଣସି ଫଣ୍ଡିଂ ଦିଆଯାଉନଥିବାରୁ ସେ ଟିକେଟ ଫେରାଇଥିବା ଜଣାପଡିଛି। ବିନା ପାର୍ଟି ଫଣ୍ଡିଂରେ କ୍ୟାମ୍ପେନିଙ୍ଗ ସମ୍ଭବ ନୁହେଁ ବୋଲି କହିଛନ୍ତି ସୁଚରିତା। ପୁରୀ ଲୋକସଭା ଆସନରେ ମେ ୨୫ରେ ମତଦାନ ଗ୍ରହଣ କରାଯିବ। ନାମାଙ୍କନ ଭରିବାକୁ ଆଉ ୨ରୁ ୩ଦିନ ବାକିଥିବା ବେଳେ ଏହା ପୂର୍ବରୁ ସୁଚରିତା ଟିକେଟ ଫେରାଇ ଦେଇଛନ୍ତି। ତେବେ କଂଗ୍ରେସ ଏହି ଆସନରୁ କାହାକୁ ପୁଣି ପ୍ରାର୍ଥୀ କରିବ ତାହା ଉପରେ ନଜର ରହିଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories