www.samajalive.in
Monday, December 8, 2025
24.1 C
Bhubaneswar

ରାଜ୍ୟରେ ନିଯୁକ୍ତି ହେଲେ ୫ କଂଗ୍ରେସ କୋଭିଡ ସେବକ

ଭୁବନେଶ୍ୱର: ପୂର୍ବତନ ଏଆଇସିସି ଅଧ୍ୟକ୍ଷ ରାହୁଲ ଗାନ୍ଧୀ କହିଛନ୍ତି କରୋନା ମହାମାରୀ ଦେଶ ଓ ରାଜ୍ୟରେ ଏକ ସଂକଟମୟ ପରିସ୍ଥିତି ଦେଇ ଗତି କରୁଛି। କରୋନାକୁ ମୁକାବିଲା କରିବାକୁ ହେଲେ ପ୍ରଥମେ ଦେଶରେ ସମସ୍ତ ଜନସାଧାରଣଙ୍କୁ ଟିକା ନେବା ଉଚିତ। ଟିକାନେବା ନେଇ କେନ୍ଦ୍ର ସରକାର ଯେଉଁ ଅନଲାଇନ ପଞ୍ଜୀକରଣ ବ୍ୟବସ୍ଥା କରିଛନ୍ତି ତାହା ଠିକ୍ ନୁହେଁ ବୋଲି ଶ୍ରୀ ଗାନ୍ଧୀ କହିଛନ୍ତି । ସରକାର ଟୀକା ଦେଇ ପାରୁନାହାଁନ୍ତି, ଅନଲାଇନ ପଞ୍ଜୀକରଣ କଲେ ମଧ୍ୟ ସ୍ଲଟ ମିଳୁନାହିଁ ତେଣୁ କେନ୍ଦ୍ରସରକାର ଜାଣି ରଖିବା ଉଚିତ ଭାରତର କେତେ ପ୍ରତିଶତ ଜନସାଧାରଣ ଅନଲାଇନ ମାଧ୍ୟମରେ ପଞ୍ଜୀକରଣ କରିପାରିବେ। ଏହିସବୁ ସମସ୍ୟାକୁ ଦୃଷ୍ଟିରେ ରଖି କଂଗ୍ରେସ ସାମାଜିକ ଗଣମାଧ୍ୟମ ୧୮ ବର୍ଷରୁ ଉର୍ଦ୍ଧ୍ୱ ଜନସାଧାରଣଙ୍କୁ ପଞ୍ଜିକରଣ କ୍ଷେତ୍ରରେ ସାହାଯ୍ୟ କରିବାକୁ ଆଗେଇ ଆସିଛି। ଏହି ଅବସରରେ ଟିକା ନେବା ପଞ୍ଜୀକରଣକୁ ସୂଚାରୁରୂପେ କରିବା ପାଇଁ ଭାରତୀୟ ଜାତୀୟ କଂଗ୍ରେସର ଅଧ୍ୟକ୍ଷା ଶ୍ରୀମତୀ ସୋନିଆ ଗାନ୍ଧୀଙ୍କ ନିର୍ଦେଶ କ୍ରମେ ରାଜ୍ୟରେ ଜାତୀୟ କଂଗ୍ରେସ ସାମାଜିକ ଗଣମାଧ୍ୟମ ଓଡ଼ିଶାର ୫ ଜଣଙ୍କୁ “କଂଗ୍ରେସ କୋଭିଡ ସେବକ” ଭାବେ ଦାୟିତ୍ୱ ଦେଇଛନ୍ତି ବୋଲି ଆଜି ଏକ ପ୍ରେସ ବିଜ୍ଞପ୍ତିରେ ଓଡ଼ିଶା କଂଗ୍ରେସ ସାମଜିକ ଗଣମାଧ୍ୟମର ଅଧ୍ୟକ୍ଷ ଅଭିଷେକ ମହାନନ୍ଦ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଓଡ଼ିଶାରୁ “କଂଗ୍ରେସ କୋଭିଡ ସେବକ” ଭାବେ ମନୋନୀତ ହୋଇଥିବା ଚେତନ ମିଶ୍ର, ଚନ୍ଦନ ରାୟ, ମୁରଲୀଧର ନାୟକ, ମିହିର ରାୟ ଓ ସୁବାଷ ନାୟକ ୫ଜଣ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ରାଜ୍ୟର ସମସ୍ତ ୩୦ଟି ଜିଲାର କଂଗ୍ରେସ ଜିଲା ସଭାପତି ଏବଂ ନେତୃବୃନ୍ଦଙ୍କ ସହ ଆଲୋଚନା କରି ଜିଲାସ୍ତର, ବ୍ଲକସ୍ତର ଓ ପଞ୍ଚାୟତ ସ୍ତରର କୋଭିଡ ସେବକ ମାନଙ୍କୁ ନିଯୁକ୍ତି ପ୍ରଦାନ କରିବା ସହିତ ଏହି କାର୍ଯ୍ୟକୁ ଆଗେଇ ନେବାରେ ସାହାଯ୍ୟ କରିବେ ବୋଲି ସୂଚନା ଦିଆଯାଇଛି।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories