www.samajalive.in
Sunday, December 7, 2025
26.1 C
Bhubaneswar

ରାଜ୍ୟ ଯୁବ କଂଗ୍ରେସ ଉପସଭାପତି ଅଟକ

ଟିଟିଲାଗଡ଼: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୧୦.୩୫ରେ ସରକାରୀ କାର୍ୟ୍ୟକ୍ରମ ନେଇ ଟିଟିଲାଗଡ଼ ଗସ୍ତ ଅବସରରେ ସ୍ଥାନୀୟ ସମସ୍ୟାକୁ ନେଇ ବିଭିନ୍ନ ସଂଗଠନ ରାସ୍ତାକୁ ଓହ୍ଲାଇଛନ୍ତି। ପୂର୍ବରୁ କଂଗ୍ରେସ ଦଳ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରିବ ବୋଲି ଚେତାବନୀ ଦେଇଥିଲା। ଏନେଇ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂଭୋଇଙ୍କ ସମେତ ପିସିସି ସାଧାରଣ ସମ୍ପାଦକ ମୁକେଶ ଜୈନଙ୍କ ସମେତ ବହୁ କଂଗ୍ରେସ ନେତାଙ୍କୁ ପୁଲିସ ଅଟକ ରଖିଛି। ଆଜି ରାଜ୍ୟ ଯୁବ କଂଗ୍ରେସ ଉପସଭାପତି ବୀରେନ୍ଦ୍ର ବାଗଙ୍କ ସମେତ ବହୁ ସ୍ଥାନୀୟ ନିବାସୀ ଟିଟିଲାଗଡ଼କୁ ଜିଲା ମାନ୍ୟତା ଦାବିରେ ରାଜରାସ୍ତାରେ ବିକ୍ଷୋଭ ପ୍ରଦର୍ଶନ ଉଦ୍ୟମ କରୁଥିବା ବେଳେ ଟିଟିଲାଗଡ଼ ଅତିରିକ୍ତ ପୁଲିସ ଅଧିକ୍ଷକ ସୁରେନ୍ଦ୍ର ଶତପଥି, ଥାନା ଅଧିକାରୀ ରଞ୍ଜନ ବରିହା ପହଞ୍ଚି ସେମାନଙ୍କୁ କାବୁ କରିଛନ୍ତି।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories