www.samajalive.in
Saturday, December 6, 2025
17.1 C
Bhubaneswar

ବିଜେପି ସରକାର ବିରୋଧରେ ଅନାସ୍ଥା ଆଣିଲା କଂଗ୍ରେସ

ସମାଜ ଡିଜିଟାଲ ଡେସ୍କ:  ବିଜେପି ସରକାରଙ୍କ ବିରୋଧରେ କଂଗ୍ରେସ ଆଣିଲା ଅନାସ୍ଥା ପ୍ରସ୍ତାବ । ଗୁରୁବାର କଂଗ୍ରେସ ବିଧାୟକମାନେ ଚିଠି ଦେବା ସହ ମୋହନ ମାଝୀଙ୍କ ସରକାର ବିରୋଧରେ ଅନାସ୍ଥା ଆଣିଛନ୍ତି । ତେବେ ଏହି ଅନାସ୍ଥା ପ୍ରସ୍ତାବ ନେଇ ୧୫ବିଧାୟକଙ୍କ ସମର୍ଥନ ଥିବା ନେଇ କଂଗ୍ରେସ ନେତାମାନେ ଦାବି କରିଛନ୍ତି । ଅନ୍ୟପଟେ ବିରୋଧୀ ବିଜେଡି କିନ୍ତୁ ଏପର୍ଯ୍ୟନ୍ତ ଅନାସ୍ଥା ପ୍ରସ୍ତାବକୁ ସମର୍ଥନ ଜଣାଇନାହିଁ । କଂଗ୍ରେସ କିନ୍ତୁ ବିରୋଧୀ ଦଳର ସହଯୋଗ ଲୋଡିଛି । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଚାମ୍ବରରେ କଂଗ୍ରେସ ନେତା ପହଞ୍ଚି ସହଯୋଗ ଲୋଡିଛନ୍ତି ।
ଏସମ୍ପର୍କରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି, କଂଗ୍ରେସର ନେତାମାନେ ଏନେଇ ବିଜେଡି ଏସମ୍ପର୍କରେ ଏପର୍ଯ୍ୟନ୍ତ କିଛି ଆଲୋଚନା କରିନାହାନ୍ତି । ହେଲେ ଆମେ ଆମ ପ୍ରସଙ୍ଗ ବିଧାନସଭାରେ ଉଠାଇବୁ । ତେବେ ମୋହନ ସରକାର ବିରୋଧରେ ଅନାସ୍ଥା ଆଣିବା ନେଇ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଏବଂ ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ସୂଚନା ଦେଇଛନ୍ତି ।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories