www.samajalive.in
Sunday, December 7, 2025
26.1 C
Bhubaneswar

ପୁଲିସ ମୁଖ୍ୟାଳୟରେ ସମ୍ବିଧାନ ଦିବସ ପାଳିତ

ଜାତୀୟ ସମ୍ବିଧାନ ଦିବସ ପାଳନ ଅବସରରେ ଏକ ଶପଥ ପାଠ କାର୍ଯ୍ୟକ୍ରମ ଆଜି ପୂର୍ବାହ୍ନରେ କଟକ ସ୍ଥିତ ରାଜ୍ୟ ପୁଲିସ ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅଂଶ ଗ୍ରହଣ କରି ସଂବିଧାନ ଦିବସ ପାଳନର ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିଥିଲେ। ପରେ ଶ୍ରୀ ଅଭୟ ଉପସ୍ଥିତ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ସଂବିଧାନ ଦିବସ ଶପଥ ପାଠ କରାଇଥିଲେ। ଭାରତର ପ୍ରଭୁତା, ଏକତା ଓ ଅଖଣ୍ତତାକୁ ବଜାୟ ରଖିବା, ଦେଶର ରକ୍ଷା, ରାଷ୍ଟ୍ରର ସେବା, ଧର୍ମଗତ, ଭାଷାଗତ ଓ ଆଞ୍ଚଳିକ ଭେଦଭାବରୁ ଉର୍ଦ୍ଧ୍ୱରେ ରହି ଭାରତବାସୀଙ୍କ ମଧ୍ୟରେ ଐକ୍ୟ ଓ ଭାତୃଭାବର ବିକାଶ ଘଟାଇବା, ସ୍ତ୍ରୀ ଲୋକଙ୍କ ସମ୍ମାନ ରକ୍ଷା କରିବା, ଭାରତରସଂଯୁକ୍ତ ସଂସ୍କୃତିର ଗୌରବଶାଳୀ ପରଂପରାର ପରିରକ୍ଷଣ କରିବା, ବୈଜ୍ଞାନିକ ଦୃଷ୍ଟିକୋଣ, ମାନବଭାବ ତଥା ସଂସ୍କାର ଭାବନାର ବିକାଶ କରିବା, ଦେଶର ସାର୍ବଜନୀନ ସଂପତିର ସୁରକ୍ଷା, ହିଂସା ତ୍ୟାଗ, ନିଜର ୬ ବର୍ଷରୁ ୧୪ ବର୍ଷ ପର୍ଯ୍ୟନ୍ତ ପିଲା ମାନଙ୍କୁ ପାଠ ପଢିବାର ସୁଯୋଗ ଦବା, ସଂବିଧାନ, ରାଷ୍ଟ୍ରୀୟ ପତାକା ଓ ରାଷ୍ଟ୍ରୀୟ ସଂଗିତ କୁ ସମ୍ମାନ ପ୍ରଦର୍ଶନ କରିବାକୁ ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଶପଥ ନେଇଥିଲେ।

ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଡିଜି ଲଳିତ ଦାସ, ଆଇଜି ସଂଜୟ ସିଂହ, ଯତିନ୍ଦ୍ର କୋଏଲ, ପ୍ରବୀଣ କୁମାର, ଏଆଇଜି ସୁବାସ ଚନ୍ଦ୍ର ଜମାଦାର, ରବିନାରାୟଣ ବେହେରା, ବାଳକୃଷ୍ଣ ହୋତାଙ୍କ ସମେତ ପୋଲିସ ମୁଖ୍ୟାଳୟର ସମସ୍ତ ପ୍ରଶାସନିକ ଅଧିକାରୀ, ସଂସ୍ଥା ଅଧିକାରୀ, ଉପ ବିଭାଗ ଅଧିକାରୀ, ସହକାରୀ ଉପବିଭାଗ ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ରହି ଶପଥ ପାଠ କରିଥିଲେ। ସହକାରୀ ଦୁର୍ଗପତି ପଙ୍କଜ କୁମାର ନାୟକ ଓ ସୁବେଦାର ଅଶୋକ କୁମାର ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories