www.samajalive.in
Saturday, December 13, 2025
21.1 C
Bhubaneswar

ନିର୍ମାଣ ଶ୍ରମିକଙ୍କୁ ମିଳିଲା ସହାୟତା ରାଶି

ଫୁଲବାଣୀ: କନ୍ଧମାଳ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲା ଶ୍ରମ କାର୍ଯ୍ୟାଳୟ ଓ ଜିଲା ପ୍ରଶାସନ ପକ୍ଷରୁ ନିର୍ମାଣ ଶ୍ରମିକମାନଙ୍କୁ ସହାୟତା ରାଶି ବଣ୍ଟନ କରାଯାଇଛି। ଏଥିପାଇଁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଅତିଥିଭାବେ ଅତିରିକ୍ତ ଜିଲାପାଳ ଅଶୋକ କୁମାର ଭୋଇ ଏବଂ ରମେଶ ଚନ୍ଦ୍ର ଜେନା ଯୋଗଦେଇ ସହାୟତା ରାଶି ବଣ୍ଟନ କରିଥିବା ବେଳେ ଅନ୍ୟତମ ଅତିଥିଭାବେ ଜିଲା ସୂଚାନ ଓ ଲୋକ ସମ୍ପର୍କ ଅଧିକାରୀ ପ୍ରଭାକର ମହାରଣା ଯୋଗଦେଇଥିଲେ । କାର୍ଯ୍ୟକ୍ରମକୁ ଜିଲା ଶ୍ରମ ଅଧିକାରୀ ମୋନାଲିସା ଜେନା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ପରିପ୍ରେକ୍ଷୀରେ ୫୪ ଜଣ ନିର୍ମାଣ ଶ୍ରମିକଙ୍କୁ ୭୬ ଲକ୍ଷ ୨୫ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଥିଲା। ୨୧ ଜଣ ହିତାଧିକାରୀଙ୍କୁ ବିବାହ ସହାୟତା ବାବଦକୁ ୧୦ ଲକ୍ଷ ୨୫ ହଜାର ଟଙ୍କା, ୩୩ ଜଣ ନିର୍ମାଣ କାର୍ଡ଼ଧାରୀଙ୍କ ପରିବାର ବର୍ଗଙ୍କୁ ମୃତ୍ୟୁକାଳୀନ ସହାୟତା ବାବଦକୁ ୬୬ ଲକ୍ଷ ଟଙ୍କା, ୨୮ଜଣଙ୍କ ପରିବାରବର୍ଗଙ୍କୁ ଅନ୍ତେଷ୍ଟିକ୍ରିୟା ସହାୟତା ବାବଦକୁ ୧ ଲକ୍ଷ ୪୦ ହଜାର ଟଙ୍କା ପ୍ରଦାନ କରାଯାଇଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories