www.samajalive.in
Saturday, December 6, 2025
26.1 C
Bhubaneswar

କୁଂଜୁରୀ ପଞ୍ଚାୟତର ବରପଦା ଗ୍ରାମ ଅଣୁ ଆବଦ୍ଧାଞ୍ଚଳ

ବେଗୁନିଆ : କରୋନାର ଦ୍ୱିତୀୟ ଲହରରେ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକରେ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି ବ୍ଲକ କୁଂଜୁରୀ ପଞ୍ଚାୟତ ଅନ୍ତର୍ଗତ ବରପଦା ଗ୍ରାମରେ ୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ତହସିଲଦାର ପୃଥ୍ୱୀରାଜ ମଣ୍ଡଳଙ୍କ ସୁପାରିଶକ୍ରମେ ଉପଜିଲ୍ଲାପାଳ ଅଶୋକ କୁମାର ବେହୁରିଆ ଶନିବାର ୧୫ ତାରିଖ ସନ୍ଧ୍ୟା ୭ ଟାରୁ ୨୧ ତାରିଖ ରାତି ୯ଟା ପର୍ୟ୍ୟନ୍ତ କୁଂଜୁରୀ ପଂଚାୟତ ଅନ୍ତର୍ଗତ ବରପଦା ଗ୍ରାମର ସିଧେଶ୍ୱର ପ୍ରଧାନଙ୍କ ଘରଠାରୁ ଗୋପୀନାଥ ଜେନାଙ୍କ ଘର ପର୍ୟ୍ୟନ୍ତ ଅଣୁଆବଦ୍ଧାଞ୍ଚଳ ଘୋଷଣା କରିଛନ୍ତି। ଏଠାରେ ୧୭୯ଟି ପରିବାରର ୭୯୬ ଲୋକ ବାସ କରନ୍ତି । ସମ୍ପୃକ୍ତ ଅଞ୍ଚଳକୁ ବାହାର ଲୋକମାନଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଥିବା ବେଳେ ସେହି ଅଞ୍ଚଳର କୌଣସି ବ୍ୟକ୍ତି ବାହାରକୁ ବାହାରିବା ଉପରେ ମଧ୍ୟ କଟକଣା ଲଗାଯାଇଛି ।

ଏହି ସମୟ ମଧ୍ୟରେ ସମ୍ପୃକ୍ତ ଅଞ୍ଚଳକୁ ବିଶୋଧନ କରାଯିବା ସହ କରୋନା ସଂକ୍ରମିତଙ୍କ ସମ୍ପର୍କରେ ଆସିଥିବା ବ୍ୟକ୍ତିଙ୍କୁ ଚିହ୍ନଟ କରାଯିବ। ଏହି ଆବଦ୍ଧାଞ୍ଚଳରେ ପଂଚାୟତ ନିର୍ବାହୀ ଅଧିକାରୀ, ବେଗୁନିଆ ଅଗ୍ନିଶମ ବିଭାଗ ଅଧିକାରୀ, ଗ୍ରାମ୍ୟ ଜଳଯୋଗାଣ ବିଭାଗ କନିଷ୍ଠ ଯନ୍ତ୍ରୀ, ବୋତଳମା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଭାରପ୍ରାପ୍ତ ଅଧିକାରୀ ଏବଂ ଶିଶୁବିକାଶ ପ୍ରକଳ୍ପ ଅଧିକାରୀଙ୍କୁ ଉପଜିଲ୍ଲାପାଳଙ୍କ ନିର୍ଦେଶ ମୁତାବକ ସେଠାରେ କାର୍ୟ୍ୟ କରିବା ପାଇଁ ବିଭିନ୍ନ ଦାୟିତ୍ୱ ଦିଆଯାଇଥିବା ବେଳେ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ସମସ୍ତ କାର୍ୟ୍ୟର ତଦାରଖ ଦାୟିତ୍ୱ ଦିଆଯାଇଛି । ଏହା ପୂର୍ବରୁ ବେଗୁନିଆ ବ୍ଲକର ବେଗୁନିଆ, ପୋଡାଡିହ, ବୋତଳମା ଏବଂ ଦେଉଳି ପଂଚାୟତର ୬ଟି ଗ୍ରାମକୁ ଅଣୁ ଆବଦ୍ଧାଞ୍ଚଳ ଘୋଷଣା କରାଯାଇଥିଲା । ଆଜିର ଏହି ଘୋଷଣା ପରେ ବେଗୁନିଆ ବ୍ଲକର ବିଭିନ୍ନ ପଂଚାୟତରେ ୭ଟି ଗ୍ରାମକୁ ଅଣୁ ଆବଦ୍ଧାଞ୍ଚଳ ଭାବେ ଘୋଷଣା କରାଗଲା ।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories