www.samajalive.in
Saturday, December 6, 2025
19.1 C
Bhubaneswar

ଅତିରିକ୍ତ ଜରୁରୀକାଳୀନ ପାଣ୍ଠି ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ୫୮୭ଟି ଥାନା ପାଇଁ ବାର୍ଷିକ ୧୭.୫ କୋଟି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଥାନାଗୁଡିକରେ ଜନସାଧାରଣ କିପରି ସେବା ପାଉଛନ୍ତି ସେ ସଂପର୍କରେ ଜାଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ମୋ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ନିୟମିତ ମତାମତ ନେଉଛନ୍ତି । ଥାନାଗୁଡ଼ିକ ଯେପରି ଅଧିକ ଦକ୍ଷତାର ସହ ଜନସାଧାରଣଙ୍କୁ ଉନ୍ନତ ସେବା ଯୋଗାଇ ଦେଇପାରିବେ, ତାହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ସୋମବାର ରାଜ୍ୟର ସମସ୍ତ ୫୮୭ଟି ଥାନା ପାଇଁ ବାର୍ଷିକ ୧୭.୫ କୋଟି ଟଙ୍କାର ଅତିରିକ୍ତ ଜରୁରୀକାଳୀନ ପାଣ୍ଠି ମଞ୍ଜୁର କରିଛନ୍ତି ।

ଭୁବନେଶ୍ୱର-କଟକ ପୁଲିସ କମିଶନରେଟ୍‌ ଅଧିନରେ ଥିବା ସମସ୍ତ ୪୪ଟି ଥାନା ପାଇଁ ମାସିକ ୪୦ ହଜାର ଟଙ୍କା ଲେଖାଏଁ, ୧୪୨ଟି ସହାରଞ୍ଚଳ ଥାନା ପାଇଁ ମାସିକ ୩୦ ହଜାର ଟଙ୍କା ଲେଖାଏଁ  ଏବଂ ୩୫୧ଟି ଗ୍ରାମାଞ୍ଚଳ ଥାନା ପାଇଁ ମାସିକ ୨୦ ହଜାର ଟଙ୍କା ଲେଖାଏଁ ଅତିରିକ୍ତ ଜରୁରୀକାଳୀନ ପାଣ୍ଠି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁର କରିଛନ୍ତି। ସେହିପରି ୪ଟି ମହିଳା ଥାନା, ୫ଟି ଟ୍ରାଫିକ ଥାନା,୧୫ଟି ରେଳବାଇ ଥାନା,୪ଟି ସାଇବର ଥାନା, ଅର୍ଥନୈତିକ ଅପରାଧ ଥାନା, ଗୋଟିଏ ଏସଟିଏଫ୍ ଥାନା, ଏଚଆରପିସି ଥାନା, କ୍ରାଇମବ୍ରାଞ୍ଚ ଥାନା ନିମନ୍ତେ ମାସିକ ୩୦ ହଜାର ଟଙ୍କା ଲେଖାଏଁ ମଞ୍ଜୁର କରାଯାଇଥିବା ବେଳେ ରାଜ୍ୟର ଉପକୂଳରେ ଥିବା ୧୮ଟି ସାମୁଦ୍ରିକ ଥାନା ପାଇଁ ମାସିକ ୨୦ ହଜାର ଟଙ୍କା ଲେଖାଏଁ ମଞ୍ଜୁର କରାଯାଇଛି ।

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories