www.samajalive.in
Sunday, December 7, 2025
26.1 C
Bhubaneswar

୩ ପିଲାଙ୍କ ଉପରେ ଚଢ଼ିଗଲା ବ୍ରିଜଭୂଷଣଙ୍କ ପୁଅଙ୍କ କାର୍‌କେଡ୍: ୨ ମୃତ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ କୈସରଗଞ୍ଜ ଲୋକସଭା କ୍ଷେତ୍ରରେ ଅଭାବନୀୟ ଘଟଣା ଘଟିଛି। କଲେଜ ପିଲାଙ୍କ ଉପରେ ଚଢିଯାଇଛି ବିଜେପି ପ୍ରାର୍ଥୀଙ୍କ କାରକେଡ୍। ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ବିଜେପି ସାଂସଦ ବ୍ରିଜଭୂଷଣ ଶରଣ ସିଂହଙ୍କ ପୁଅ ତଥା ବିଜେପି ପ୍ରାର୍ଥୀ କରଣ ଭୂଷଣ ଶରଣ ସିଂହଙ୍କ କାର୍‌କେଡ୍ ଦୁର୍ଘଟଣାର ଶିକାର ହୋଇଛି। କରଣ ଭୂଷଣ ଶରଣ ସିଂହ ଗୋଣ୍ଡା ଜିଲ୍ଲାରେ ନିର୍ବାଚନୀ ପ୍ରଚାର କରୁଥିଲେ। ଏତିକିବେଳେ ତାଙ୍କର ଫର୍ଚୁନର୍‌ କାର୍‌ଟି ୩ ଜଣ କଲେଜ ଛାତ୍ରଙ୍କ ଉପରେ ମାଡି ଯାଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିଲା। ଏବଂ ଜଣଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେପଟେ ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନାମୂଳକ ପରିସ୍ଥିତି ଉପୁଜିଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଫର୍ଚୁନର କାରକୁ ଜବତ କରିବା ସହ ଏହାର ଡ୍ରାଇଭରକୁ ଅଟକ ରଖିଛି।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories