www.samajalive.in
Friday, December 12, 2025
19.1 C
Bhubaneswar

ପାଚକ ପାଚିକାଙ୍କ ପାରିଶ୍ରମିକ ୩ ହଜାର ଟଙ୍କାକୁ ବୃଦ୍ଧି

ଡେସ୍କ: ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ରାଜ୍ୟରେ ମଧ୍ୟାହ୍ନ ଭୋଜନ କାର୍ଯ୍ୟ କରୁଥିବା ପାଚକ, ପାଚିକାମାନଙ୍କ ମାସିକ ପାରିଶ୍ରମିକ ୩ ହଜାର ଟଙ୍କାକୁ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୧୧୨ କୋଟି ୯ ଲକ୍ଷ ଟଙ୍କା ବ୍ୟୟ କରିବେ। ଏହାଦ୍ୱାରା ୧.୧୨ ଲକ୍ଷ ପାଚକ,ପାଚିକା ଉପକୃତ ହେବେ।

ଏହି ପାଚକ, ପାଚିକାମାନେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରାଜ୍ୟର ୫୦,୬୧୮ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୪୨.୪୫ ଲକ୍ଷ ଛାତ୍ରଛାତ୍ରୀଙ୍କୁ ରନ୍ଧା ଖାଦ୍ୟ ପରିବେଷଣ କରୁଛନ୍ତି। ପାଚକ ପାଚିକାମାନଙ୍କ କାମ, ଦକ୍ଷତା ଓ ପରିଶ୍ରମକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝି ଏହି ନିଷ୍ପତ୍ତି ନେଇଛନ୍ତି।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories