www.samajalive.in
Sunday, December 7, 2025
26.1 C
Bhubaneswar

ମୁରିବାହାଲ ବ୍ଲକରେ ପ୍ରଥମ କରୋନା ମୃତ୍ୟୁ

ମୁରିବାହାଲ : ବଲାଙ୍ଗିର ଜିଲ୍ଲା ମୁରିବାହାଲ  ବ୍ଲକରେ ପ୍ରଥମ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି। ମୁରିବାହାଲ ବ୍ଲକ ଡଙ୍ଗରପଡା ପଞ୍ଚାୟତର କୃଷକ ସାଥୀ ତଥା ବିଶିଷ୍ଟ ବାହାକ ସତ୍ୟନାରାୟଣ ଭୋଇଙ୍କ ପୁତ୍ର ଜୟମିତ୍ର ଭୋଇ(୩୦)ଙ୍କ ଗତ ରାତିରେ ପରଲୋକ ଘଟିଛି। ତାଙ୍କୁ ବଲାଙ୍ଗୀ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତାଙ୍କର ଅବସ୍ଥା ଗୁରୁତର ହେବାରୁ  ଭୁବନେଶ୍ୱର କିମସ ହସ୍ପିଟାଲରେ ପହଞ୍ଚିବା ପୂର୍ବରୁ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ଏହି ସମ୍ପର୍କରରେ ମୁରିବାହାଲ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଭାରପ୍ରାପ୍ତ ଡାକ୍ତର ସଂଗ୍ରାମ କେଶରୀ ନାୟକଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ତାଙ୍କର କୋଭିଡ୍-୧୯ ପଜିଟିଭ୍ ବାହାରିଥିଲା। ତାଙ୍କୁ ହୋମ କରେନଟାଇନ୍‌ ରେ ରହିବା ପାଇଁ ପରାମର୍ଶ ଦିଆଯାଇଥିଲା କିନ୍ତୁ ହଠାତ୍‌ ଗତ ୨୭ରେ କାଶ ଏବଂ ଜ୍ବର ହେବା ସହିତ ତାଙ୍କର ଅବସ୍ଥା ଗୁରୁତର ହେବାରୁ ବଲାଙ୍ଗିର କୋଭିଡ ହସ୍ପିଟାଲକୁ ରେଫର କରାଯାଇଥିଲା । ସୂଚନା ଅନୁସାରେ ତାଙ୍କର ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର କିମସ ହସ୍ପିଟାଲ ନେବା ସମୟରେ ମୃତ୍ୟୁ ହୋଇଥିବା ଡାକ୍ତର ନାୟକ ପ୍ରକାଶ କରିଥିଲେ । ଏହି ଖବର ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି କରିଛି ।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories