www.samajalive.in
Sunday, December 14, 2025
23.1 C
Bhubaneswar

ସମବାୟ ସମିତି ନିର୍ବାଚନରେ ବିଳମ୍ବ ପ୍ରସଙ୍ଗ: ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ, :ପୌର ସଂସ୍ଥା ଗୁଡିକ ଭଳି ସମବାୟ ସମିତି ଗୁଡିକର ପରିଚାଳନା ଦାୟିତ୍ବ ଏବେ ପ୍ରଶାସକଙ୍କ ହାତରେ। ନିର୍ବାଚିତ ସଦସ୍ୟଙ୍କ କାର୍ଯ୍ୟକାଳ ଦେଢ ବର୍ଷ ହେବ ଶେଷ ହୋଇଥିବା ବେଳେ ସରକାର ସମବାୟ ନିର୍ବାଚନ କରୁ ନାହାନ୍ତି। ଏହା ସମବାୟ ଆଇନର ଉଲ୍ଲଂଘନ ବୋଲି ଅଭିଯୋଗ କରି ଦାୟର ମାମଲାର ଜଷ୍ଟିସ ବିଶ୍ବଜିତ ମହାନ୍ତିଙ୍କୁ ନେଇ ଗଠିତ ଖଣ୍ଡପୀଠ ଭବାନୀ ପ୍ରସାଦ ମାଝୀଙ୍କ ଆବେଦନର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ପ୍ରଫୁଲ୍ଲ କୁମାର ରଥ ମାମଲା ପରିଚାଳନା କରୁଛନ୍ତି।

ମାମଲାର ବିବରଣୀରୁ ପ୍ରକାଶ ଯେ ସୁନ୍ଦରଗଡ଼ ଜିଲ୍ଲା ସମବାୟ ସମିତିର ନର୍ବାଚିତ ପରିଷଦ ସଦସ୍ୟଙ୍କ ୫ ବର୍ଷିଆ କାର୍ଯ୍ୟକାଳ ୨୦୨୦, ଏପ୍ରିଲ ୩୦ରୁ ଶେଷ ହେବା ପରେ ଜିଲ୍ଲାପାଳଙ୍କୁ ପ୍ରଶାସକ ଭାବେ ସରକାର ଦାୟିତ୍ବ ଦେଇଥିଲେ। ଇତି ମଧ୍ୟରେ ଦେଢ ବର୍ଷ ବିତି ଯାଇଥିବା ବେଳେ ରାଜ୍ୟରେ ସମବାୟ ନିର୍ବାଚନ କରାଯାଉ ନାହିଁ। ନିର୍ବାଚିତ ସଦସ୍ୟଙ୍କ କାର୍ଯ୍ୟକାଳ ଶେଷର ଏକ ବର୍ଷ ଭିତରେ ନିର୍ବାଚନ ହେବା କଥା। କିନ୍ତୁ ଏପରି କରାଯାଇ ନାହିଁ। ଅନ୍ୟପକ୍ଷରେ ପ୍ରଶାସକ ଏକ ବର୍ଷରୁ ଅଧିକ ସମୟ ସମବାୟ ସମିତି ପରିଚାଳନା ଦାୟିତ୍ବରେ ରହି ପାରିବେ ନାହିଁ ବୋଲି ନିୟମ ରହିଛି। ନିୟମ ଉଲ୍ଲଂଘନ କରି ଏକ ବର୍ଷ ପରେ ମଧ୍ୟ ପ୍ରଶାସକଙ୍କୁ ସମବାୟ ସମିତି ପରିଚାଳନା ଦାୟିତ୍ବ ଦିଆଯାଇଛି। ‌ତୁରନ୍ତ ସମବାୟ ନିର୍ବାଚନ କରାଯାଉ ବୋଲି ଆବେଦନକାରୀଙ୍କ ପକ୍ଷରୁ ଦର୍ଶାଯାଇଛି। ମାମଲାରେ ରାଜ୍ୟ ସମବାୟ ବିଭାଗ, ସମବାୟ ସମିତି ସମୂହ ନିବନ୍ଧକ ଓ ଅନ୍ୟମାନଙ୍କୁ ପକ୍ଷଭୁକ୍ତ କରାଯାଇଛି।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories