www.samajalive.in
Thursday, December 11, 2025
15.1 C
Bhubaneswar

ମନ୍ତ୍ରୀଙ୍କ ଦ୍ୱାରା ସଂକୁଲେଇ ସମବାୟ ସମିତିର ନୂତନ କାର୍ଯ୍ୟାଳୟ ଉଦଘାଟିତ

ହରଭଙ୍ଗା :  ହରଭଙ୍ଗା ବ୍ଲକ୍ ସଙ୍କୁଲୋଇ ସେବା ସମବାୟ ସମିତିର ନବ ନିର୍ମିତ କାର୍ଯ୍ୟାଳୟ ରବିବାର ଉଦଘାଟିତ ହୋଇଯାଇଛି। ଉଦଘାଟନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ପଞ୍ଚାୟତିରାଜ ଜଙ୍ଗଲ ଓ ପରିବେଶ ଏବଂ ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ସମ୍ମାନୀତ ଅତିଥି ଭାବରେ ବୌଦ୍ଧ-କନ୍ଧମାଳ ସମବାୟ ଡିଭିଜନର ଉପ ନିବନ୍ଧକ ଯୁଗଳ କିଶୋର ଦାଶ, ବୌଦ୍ଧ ସମବାୟ ସର୍କଲର ସହକାରୀ ନିବନ୍ଧକ ହାଡ଼ିବନ୍ଧୁ ମହାକୁଡ, ସଂକୁଲେଇ ପଞ୍ଚାୟତ ସରପଞ୍ଚ ସୁଶ୍ରୀତା ଛନ୍ଦ ଯୋଗ ଦେଇଥିଲେ। ସେବା ସମବାୟ ସମିତିର ସଭାପତି ରସ୍ମିତା ମହାକୁଡ଼ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ସମ୍ପାଦକ ସଞ୍ଜୟ ଗାଈ ଗୌରୀଆ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ସମିତି ଅନ୍ତର୍ଗତ ସଂକୁଲେଇ ଓ ଛତ୍ରଙ୍ଗ ଗ୍ରାମ ପଞ୍ଚାୟତର ବିଭିନ୍ନ ଗ୍ରାମର ଚାଷୀ ଓ ପରିଚାଳନା କମିଟିର ସଦସ୍ୟ ସଦସ୍ୟା ମାନେ ଉପସ୍ଥିତ ଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories