www.samajalive.in
Sunday, December 7, 2025
26.1 C
Bhubaneswar

ଦେଶରେ ନୂଆ ସଂକ୍ରମିତ ୨, ୫୪୧ ; ୩୦ ମୃତ

ନୂଆଦିଲ୍ଲୀ : ଦେଶରେ ଗତ କିଛି ଦିନ ତୁଳନାରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଉଛି। ଦିନକରେ ଆଉ ୨ ହଜାର ୫୪୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୦,୬୦,୦୮୬କୁ ବୃଦ୍ଧି ପାଇଛି। ୧,୮୬୨ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୨୫,୨୧,୩୪୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୫%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୩୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୨,୨୨୩ରେ ପହଞ୍ଚିଛି। ମୃତ୍ୟୁହାର ୧.୨୧%। ୧୬,୫୨୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ସକ୍ରିୟ ଆକ୍ରାନ୍ତ ହାର ୦.୦୪%। ଦିନକ ପୂର୍ବରୁ ୩,୦୨,୧୧୫ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୮୩,୫୦,୧୯,୮୧୭ ନମୁନା ପରୀକ୍ଷା କରାଯାଇଛି। ସେହିପରି ଦିନକ ଆଗରୁ ୩,୬୪,୨୧୦ ଟିକା ନେଇଥିବା ବେଳେ ମୋଟ ୧,୮୭,୭୧,୯୫,୭୮୧ ଟିକାକରଣ କରାଯାଇଛି। ଆଜି ମଧ୍ୟାହ୍ନ ସୁଦ୍ଧା ୭,୦୦,୧୦୦ ଟିକାକରଣ ହୋଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories