www.samajalive.in
Saturday, December 6, 2025
23.1 C
Bhubaneswar

ଦେଶରେ ହ୍ରାସ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ୩,୬୧୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୬,୨୪୪ରୁ ହ୍ରାସ ପାଇ ୩୩,୨୩୨ରେ ପହଞ୍ଚିଛି। ଏନେଇ ଶୁକ୍ରବାର କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ଦେଶରେ ସକ୍ରିୟ ଆକ୍ରାନ୍ତଘଙ୍କ ସଂଖ୍ୟା ହ୍ରାସ ପାଉଛି। ଚିକିତ୍ସାଧୀନ ଅବସ୍ଥାରେ ୩୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୩୧,୬୪୨ରେ ପହଞ୍ଚିଛି। ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪.୪୯ କୋଟି ରେକର୍ଡ କରାଯାଇଛି। ମନ୍ତ୍ରଣାଳୟ ସୂଚନାନୁଯାୟୀ, ସକ୍ରିୟ ମାମଲାରେ ମୋଟ ସଂକ୍ରମଣର ୦.୦୭ ପ୍ରତିଶତ ସାମିଲ ରହିଛି। ଆରୋଗ୍ୟ ହାର ୯୮.୭୪ ପ୍ରତିଶତ ରହିଛି। ୪,୪୩,୯୯,୪୧୫ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ମୃତ୍ୟୁ ହାର ୧.୧୮ ପ୍ରତିଶତ ରହିଛି। ରାଷ୍ଟ୍ରୀୟ ଟିକାକରଣ ଅଭିଯାନ ଅନୁଯାୟୀ, ଦେଶରେ ଏଯାଏଁ କରୋନା ଟିକାର ୨୨୦.୬୬ କୋଟି ପାନ ପ୍ରଦାନ କରାଯାଇଛି।

Hot this week

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

Related Articles

Popular Categories