www.samajalive.in
Friday, December 5, 2025
23.1 C
Bhubaneswar

ରାଜ୍ୟରେ ଆଜି ଆଉ ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୫୩୦୩କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଆଜି ଆଉ ୧୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୫୩୦୩କୁ ବୃଦ୍ଧି ପାଇଛି। ଚିହ୍ନଟ ୧୪୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୭ କ୍ୱାରେନଟାଇନ କେନ୍ଦ୍ରର ହୋଇଥିବା ବେଳେ ୬ ସ୍ଥାନୀୟ ଅଂଚଳର। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ସର୍ବାଧିକ ୩୨ ଜଣ, କଟକରୁ ୨୦, ଖୋର୍ଦ୍ଧାରୁ ୧୬, ନୟାଗଡ଼ ଓ ବାଲେଶ୍ୱରରୁ ୧୩ ଲେଖାଏଁ, ସୁନ୍ଦରଗଡ଼ରୁ ୧୨, କେନ୍ଦ୍ରାପଡ଼ାରୁ ୧୦, କଳାହାଣ୍ଡିରୁ ୬, ସମ୍ବଲପୁରରୁ ୫, ଭଦ୍ରକ ୪, ଢେଙ୍କାନାଳରୁ ୩ , କେନ୍ଦୁଝର ୨ , ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀରରୁ ଜଣେ ଲେଖାଏଁ , ଜଗତସିଂହପୁର, ଅନୁଗୁଳରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ ଏନଡ଼ିଆରଏଫର ୨ ଜଣ ଯବାନ ରହିଛନ୍ତି। ପଶ୍ଚିମବଙ୍ଗରୁ ଅମ୍ଫନ ଡ଼୍ୟୁଟି ସାରି ଦୁଇ ଯବାନ ଫେରିବା ପରେ ଆକ୍ରାନ୍ତ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୫୩୦୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୩୭୨୦ ସୁସ୍ଥ , ୧୫୬୨ ଜଣ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories