www.samajalive.in
Monday, December 15, 2025
16.1 C
Bhubaneswar

ଗଞ୍ଜାମରେ ଆଜି ୭୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ; ୧୦୦୦ ଟପିଲା ସଂକ୍ରମିତଙ୍କ ସଂଖ୍ୟା

ଗଞ୍ଜାମ : ରାଜ୍ୟରେ ବିଭିନ୍ନ ଜିଲାରେ କରୋନା ଭୂତାଣୁ ନିଜର କାୟା ବିସ୍ତାର କରୁଥିବା ବେଳେ ଗଞ୍ଜାମରେ ଆଜି ନୂତନ ୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ସୁଦ୍ଧା କେବଳ ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୧କୁ ବୃଦ୍ଧି ପାଇଛି। ଏହାସହ ଗଞ୍ଜାମରେ ସମସ୍ତ ସରକାରୀ ଅଫିସକୁ ସାଧାରଣଲୋକଙ୍କୁ ଯିବାକୁ ବାରଣ କରାଯାଇଛି। କିଛି ବରିଷ୍ଠ ଅଧିକାରୀ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଏହି ପଦକ୍ଷେପ ନିଆଯାଇଛି। ଜିଲା ପ୍ରଶାସନ ଆସନ୍ତା ୧୦ ଦିନ ପାଇଁ ଏହି ନିୟମ ଓ ପ୍ରବେଶ ଉପରେ କଟକଣା ଲଗାଇଥିବା ଜଣାପଡ଼ିଛି।
ସୂଚନା ଯୋଗ୍ୟ, ଗଞ୍ଜାମରେ ୧୦୩୧ ଆକ୍ରାନ୍ତଙ୍କ ମଧ୍ୟରୁ ୬୮୦ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଥିବା ବେଳେ ୩୪୩ ଜଣ ଏବେ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏହାସହ ସଂକ୍ରମିତଙ୍କ ମଧ୍ୟରୁ ୮ ଜଣଙ୍କ ମୃତ୍ୟୁ ହୋଇସାରିଛି। ଏନେଇ ଗଞ୍ଜାମ ଜିଲାପାଳ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି।

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories