ନୂଆଦିଲ୍ଲୀ : କିଛି ଦିନ ହେବ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ହେଉଥିବା ଦେଖାଯାଉଛି। ଦେଶରେ ୨୪ ଘଣ୍ଟାରେ ୪୪,୨୮୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୧୨ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୭ ହଜାର ୫୭୧ରେ ପହଞ୍ଚିଛି। ସେହିପରି ମୋଟ ଆକ୍ରାନ୍ତଙ୍କ ସହ ୮୬ ଲକ୍ଷ ୩୬ ହଜାର ୧୨କୁ ବୃଦ୍ଧି ପାଇଛି। ମୋଟ ୪,୯୪,୬୫୭ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୮୦,୧୩,୭୮୩ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।
Popular Categories



