ଦୀର୍ଘ ଦିନ ପରେ ୩ ଲକ୍ଷ ତଳକୁ ଖସିଲା ଆକ୍ରାନ୍ତଙ୍କ ସଂଖ୍ୟା ; ୪,୧୦୬ ମୃତ

ନୂଆଦିଲ୍ଲୀ : ଦୀର୍ଘ ୨୫ ଦିନ ପରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ତଳକୁ ଖସିଛି। ୨୪ ଘଣ୍ଟାରେ ୨ ଲକ୍ଷ ୮୧ ହଜାର ୩୮୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୪୯,୬୫,୪୬୩କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୪,୧୦୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୨,୭୪,୩୯୦ରେ ପହଞ୍ଚିଛି। ଦିନକରେ ୩,୭୮,୭୪୧ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୧୧,୭୪, ୦୭୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩୫,୧୬,୯୯୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

kalyan agarbati

Comments are closed.