www.samajalive.in
Sunday, December 7, 2025
26.1 C
Bhubaneswar

ଦିନକରେ ନୂଆ କରୋନା ସଂକ୍ରମିତ ୨.୨୨ ଲକ୍ଷ ; ମୃତ ୪,୪୫୪

ନୂଆଦିଲ୍ଲୀ : ଦେଶରେ ଗତ କିଛି ସପ୍ତାହ ତଳେ ଆକ୍ରାନ୍ତଙ୍କ ସଂଖ୍ୟା ଦୈନିକ ୪ ଲକ୍ଷ ଅତିକ୍ରମ କରୁଥିବା ବେଳେ ଏବେ ଏଥିରେ ହ୍ରାସ ପାଉଛି। ଦିନକରେ ଆଉ ୨ ଲକ୍ଷ ୨୨ ହଜାର ୩୧୫ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୭,୫୨,୪୪୭କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୪,୪୫୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୩,୦୩,୭୨୦ରେ ପହଞ୍ଚିଛି। ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୦୨ ୫୪୪ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୩୭,୨୮,୦୧୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୭,୨୦,୭୧୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories