ନୂଆଦିଲ୍ଲୀ : ପୁଣି ଦେଶରେ କରୋନା ଆକ୍ରାନ୍ତ ସଂଖ୍ୟାରେ ବୃଦ୍ଧି ପାଉଥିବା ଦେଖାଯାଉଛି। ଦେଶରେ ୨୪ ଘଣ୍ଟାରେ ୪୭,୯୦୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ୫୫୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାସହ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୨୮ ହଜାର ୧୨୧ରେ ପହଞ୍ଚିଛି। ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୬ ଲକ୍ଷ ୮୩ ହଜାର ୯୧କୁ ବୃଦ୍ଧି ପାଇଛି। ୪,୮୯,୨୯୪ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୮୦,୬୬,୫୦୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।
Popular Categories



