ନୂଆଦିଲ୍ଲୀ : ଦେଶରେ ଦ୍ରୁତ ଗତିରେ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ଦୀର୍ଘ ୭୦ ଦିନ ପରେ ୨୪ ଘଣ୍ଟାରେ ଆଉ ୮୪ ହଜାର ୩୩୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୩,୫୯,୧୫୫କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୪,୦୦୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୬୭,୦୮୧ରେ ପହଞ୍ଚିଛି। ଦିନକରେ ଆଉ ୧,୨୧,୩୧୧ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୭୯,୧୧,୩୮୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୦,୮୦,୬୯୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
ଦେଶରେ ଦ୍ରୁତ ଗତିରେ ସଂକ୍ରମଣ ହ୍ରାସ ; ଆଉ ନୂଆ ସଂକ୍ରମିତ ୮୪,୩୩୨
Popular Categories



