www.samajalive.in
Monday, December 8, 2025
24.1 C
Bhubaneswar

ଦେଶରେ ହ୍ରାସ ଦୈନିକ ସଂକ୍ରମଣ ଓ ମୃତକଙ୍କ ସଂଖ୍ୟା

ନୂଆଦିଲ୍ଲୀ : ଦେଶରେ ଦୀର୍ଘ ୮୮ ଦିନ ପରେ କରୋନା ଦୈନିକ ସଂକ୍ରମଣ ସବୁଠାରୁ କମ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଆଉ ୫୩ ହଜାର ୨୫୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୯,୩୫,୨୨୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୪୨୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୮୮,୧୩୫ରେ ପହଞ୍ଚିଛି। ଦିନକରେ ଆଉ ୭୮,୧୯୦ ସୁସ୍ଥ ହୋଇଥିବା ବେଳେ ମୋଟ ୨,୮୮,୪୪,୧୯୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭,୦୨, ୮୮୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୮,୦୦,୩୬,୮୯୮ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories