www.samajalive.in
Saturday, December 6, 2025
26.1 C
Bhubaneswar

ଦେଶରେ ଆଉ ନୂଆ ସଂକ୍ରମିତ ୫୧,୬୬୭ ; ଆରୋଗ୍ୟ ହାର ୯୬.୬୬%

ନୂଆଦିଲ୍ଲୀ : ଦେଶରେ ଗତ କିଛି ଦିନରେ ଦୈନିକ କରୋନା ସଂକ୍ରମଣ ୫୦ ହଜାର ଅତିକ୍ରମ କରୁଛି। ୨୪ ଘଣ୍ଟାରେ ଦେଶରେ ଆଉ ୫୧,୬୬୭ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଦୈନିକ ପଜିଟିଭ ହାର ୨.୯୮% ରହିଥିବା ବେଳେ ଲଗାତାର ୧୮ ଦିନ ହେବ ୫% ରୁ କମ ରହୁଛି। ଦୀର୍ଘ ଏକ ସପ୍ତାହ ହେବ ପଜିଟିଭ ହାର ୩.୦୦% ରହୁଛି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୦୧,୩୪,୪୪୫କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧ ହଜାର ୩୨୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୯୩,୩୧୦ରେ ପହଞ୍ଚିଛି। ଦିନକରେ ଆଉ ୬୪,୫୨୭ ସୁସ୍ଥ ହୋଇଥିବା ବେଳେ ମୋଟ ୨,୯୧,୨୮,୨୬୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୬.୬୬%।
୬,୧୨,୮୬୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ମୋଟ ୩୦,୭୯,୪୮,୭୪୪ ଟିକା ନେଇ ସାରିଥିବା ବେଳେ ଦେଶରେ ୨୪ ଘଣ୍ଟାରେ ୬୦.୭୩ ଲକ୍ଷ ଟିକା ନେଇଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

Related Articles

Popular Categories