ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି। ଆଉ ୪୮,୬୯୮ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ପଜିଟିଭ ସଂଖ୍ୟା ୩,୦୧,୮୩,୧୪୩କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧,୧୮୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତ୍ୟୁ ହାର ୧.୩୧%। ମୋଟ ମୃତ୍ୟୁ ସଂଖ୍ୟା ୩,୯୪,୪୯୩ରେ ପହଞ୍ଚିଛି। ଦିନକରେ ୬୪,୮୧୮ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୯୧,୯୩,୦୮୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୬.୭୨%। ୫,୯୫,୫୬୫ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଦିନକରେ ୬୧,୧୯,୧୬୯ ଟିକା ନେଇଥିବା ବେଳେ ମୋଟ ୩୧,୫୦,୪୫,୯୨୬ ମୋଟ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
ଦେଶରେ ହ୍ରାସ ସଂକ୍ରମିତଙ୍କ ସଂଖ୍ୟା ; ନୂଆ ପଜିଟିଭ ୪୮,୬୯୮
Popular Categories



