www.samajalive.in
Sunday, December 7, 2025
14.1 C
Bhubaneswar

ଦେଶରେ ହ୍ରାସ ଦୈନିକ ସଂକ୍ରମଣ ; ଆରୋଗ୍ୟ ହାର ୯୬.୭୫%

ନୂଆଦିଲ୍ଲୀ : ଦେଶରେ ହ୍ରାସ ପାଉଛି ଦୈନିକ ସଂକ୍ରମଣ। ୨୪ ଘଣ୍ଟାରେ ଆଉ ୫୦ ହଜାର ୦୪୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୦୨,୩୩,୧୮୩କୁ ବୃଦ୍ଧି ପାଇଛି। ସପ୍ତାହିକ ପଜିଟିଭ ହାର ୫% ରୁ କମ ରହିଥିବା ବେଳେ ଏବେ ଏହା ୨.୯୧% ରହିଛି। ଦୈନିକ ପଜିଟିଭ ହାର ୨.୮୨% ରହିଥିବା ବେଳେ ୨୦ ଦିନ ହେବ ଏହା ୫% ରୁ କମ ରହୁଥିବା ଦେଖାଯାଇଛି।ଚିକିତ୍ସାଧୀନ ଅବସ୍ଥାରେ ଆଉ ୧ ହଜାର ୨୫୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୯୫,୭୫୧ରେ ପହଞ୍ଚିଛି। ଦିନକରେ ଆଉ ୫୭,୯୪୪ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୯୨,୫୧,୦୨୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟହାର ୯୬.୭୫%।  ୫,୮୬,୪୦୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟାର ୧.୯୪% ରହିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି। ୩୨.୧୭ କୋଟି ଟିକା କରଣ ହୋଇଥିବା ବେଳେ ୨୪ ଘଣ୍ଟାରେ ୬୪.୨୫ ଲକ୍ଷ ଟିକା ନେଇଛନ୍ତି।  ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories