www.samajalive.in
Saturday, December 6, 2025
26.1 C
Bhubaneswar

୫୦ ହଜାର ତଳକୁ ଦୈନିକ ସଂକ୍ରମଣ ; ମୃତ୍ୟୁ ହାର ୧.୩୧%

ନୂଆଦିଲ୍ଲୀ : ଦେଶରେ କରୋନା ଦୈନିକ ସଂକ୍ରମଣ ୫୦ ହଜାର ତଳକୁ ଖସିଛି। ୨୪ ଘଣ୍ଟାରେ ଆଉ ୪୬,୧୪୮ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ସଂକ୍ରମିତଙ୍‍କ ସଂଖ୍ୟା ୩,୦୨,୭୯,୩୩୧କୁ ବୃଦ୍ଧି ପାଇଛି। ଦୀର୍ଘ ଦିନ ପରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ହଜାର ତଳକୁ ଖସିଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୯୭୯ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୯୬,୭୩୦ରେ ପହଞ୍ଚିଛି। ମୃତ୍ୟୁ ହାର ୧.୩୧%।
ଦିନକରେ ଆଉ ୫୮,୫୭୮ ସୁସ୍ଥ ହୋଇଥିବା ବେଳେ ମୋଟ ୨,୯୩,୦୯,୬୦୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ମୋଟ ଆରୋଗ୍ୟ ହାର ୯୬.୮୦% । ୫,୭୨,୯୯୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୪ ଘଣ୍ଟାରେ ୧୭,୨୧,୨୬୮ ଟିକା ନେଇଥିବା ବେଳେ ମୋଟ ୩୨,୩୬,୬୩,୨୯୭ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

- Advertisement -

 

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories