www.samajalive.in
Friday, December 5, 2025
20.1 C
Bhubaneswar

ଦେଶରେ ନୂଆ ସଂକ୍ରମିତ ୪୫,୯୫୧ ; ମୃତ୍ୟୁ ହାର ୧.୩୧%

ନୂଆଦିଲ୍ଲୀ : ଦେଶରେ ଦୈନିକ ସଂକ୍ରମଣ ୪୫ ହଜାର ଟପିଥିବା ବେଳେ ମୃତ୍ୟୁ ସଂଖ୍ୟା ହ୍ରାସ ପାଇଥିବା ଦେଖାଯାଇଛି। ୨୪ ଘଣ୍ଟାରେ ଆଉ ୪୫,୯୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୦୩,୬୨,୮୪୮କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୮୧୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୯୮,୪୫୪ ରେ ପହଞ୍ଚିଛି। ମୃତ୍ୟୁ ହାର ୧.୩୧ ପ୍ରତିଶତ।
ଦିନକରେ ଆଉ ୬୦,୭୨୯ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୯୪,୨୭,୩୩୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୬.୯୨ ପ୍ରତିଶତ। ୫,୩୭,୦୬୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୧.୭୭%।
୨୪ ଘଣ୍ଟାରେ ୩୬,୫୧,୯୮୩ ଟିକା ନେଇଥିବା ବେଳେ ମୋଟ ୩୩,୨୮,୫୪,୫୨୭ ଟିକା ନେଇ ସାରିଛନ୍ତି। ସାପ୍ତାହିକ ପଜିଟିଭ ହାର ୫% ରୁ କମ ରହିଥିବା ବେଳେ ଏବେ ୨.୬୯%। ଦୈନିକ ପଜିଟିଭ ହାର ୨.୩୪% ରହିଥିବା ବେଳେ ୨୩ ଦିନ ହେବ ଲଗାତାର ୫% ତଳକୁ ରହିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories