ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ୪୩,୦୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୦୫,୪୫,୪୩୩କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୯୫୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୪,୦୨,୦୦୫ରେ ପହଞ୍ଚିଛି। ମୃତ୍ୟୁ ହାର ୧.୩୨%। ଦିନକରେ ଆଉ ୫୨,୨୯୯ ସୁସ୍ଥ ହୋଇଥିବା ବେଳେ ମୋଟ ୨,୯୬,୫୮,୦୭୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୭.୦୯%। ୪,୮୫,୩୫୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୧.୫୯%।
୨୪ ଘଣ୍ଟାରେ ୬୩,୮୭,୮୪୯ ଟିକା ନେଇଥିବା ବେଳେ ୩୫,୧୨,୨୧,୩୦୬ ଟିକା ନେଇ ସାରିଛନ୍ତି। ଦିନକରେ ୧୮,୩୮,୪୯୦ ନମୁନା ପରୀକ୍ଷା ହୋଇଥିବା ବେଳେ ମୋଟ ୪୧,୮୨,୫୪,୯୫୩ ନମୁନା ପରୀକ୍ଷା କରଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
ଦେଶରେ ଆଉ ନୂଆ ସଂକ୍ରମିତ ୪୩,୦୭୧ ; ଆରୋଗ୍ୟ ହାର ୯୭.୦୯%
Popular Categories



