ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ୩୯,୭୪୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୩,୭୧,୯୦୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୫୩୫ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୨୦,୫୫୧ରେ ପହଞ୍ଚିଛି। ମୃତ୍ୟୁ ହାର ୧.୩୪%।
ଦିନକରେ ଆଉ ୩୯,୯୭୨ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଏଯାଏଁ ୩,୦୫,୪୩,୧୩୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥତା ହାର ୯୭.୩୬%। ୪,୦୮,୨୧୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୧.୩୦%। ଦିନକରେ ୫୧,୧୮,୨୧୦ ଟିକା ନେଇଥିବା ବେଳେ ଏପର୍ଯ୍ୟନ୍ତ ୪୩,୩୧,୫୦,୮୬୪ ଟିକା ନେଇ ସାରିଛନ୍ତି। ୨୪ ଘଣ୍ଟାରେ ୧୭,୧୮,୭୫୬ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୪୫,୬୨,୮୯,୫୬୭ ନମୁନା ପରୀକ୍ଷା କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
ଦେଶରେ ନୂଆ ଆକ୍ରାନ୍ତ ୩୯,୭୪୨ ; ମୃତ ୫୩୫
Popular Categories



